Posted inଖେଳ

ଭାରତୀୟ ଦଳର ଗସ୍ତ ପାଇଁ ଯାତ୍ରା କଟକଣା କୋହଳ କରିବ ଅଷ୍ଟ୍ରେଲିଆ

ମେଲବୋର୍ନ,୨୫।୪(ପି.ଟି.): କରୋନା ଭାଇରସ ମହାମାରୀ କାରଣରୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ସିଏ ପାଖାପାଖି ୩୦୦ ମିଲିୟନ ଅଷ୍ଟ୍ରେଲୀୟ ଡଲାର କ୍ଷତି ସହିବ। ତେବେ ଏହି ଆର୍ଥିକ ସଙ୍କଟରୁ ରକ୍ଷା ପାଇବା ପାଇଁ ଅଷ୍ଟ୍ରେଲିଆ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବାକୁ ଯାଉଛନ୍ତି। ଚଳିତ ବର୍ଷ ଶେଷ ଆଡକୁ ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଥିବା ବେଳେ ସରକାର ଧାର୍ଯ୍ୟ କରିଥିବା ଯାତ୍ରା କଟକଣାକୁ କୋହଳ କରିପାରନ୍ତି ବୋଲି ରିପୋର୍ଟ ପ୍ରକାଶ ପାଇଛି।
କରୋନା ଭାଇରସ ପାଇଁ ସାରା ବିଶ୍ୱରେ ଏବେ ଲକ୍‌ଡାଉନ ଜାରି ରହିଛି। ଫଳରେ କ୍ରିକେଟ ଖେଳା ନ ଯିବା କାରଣରୁ ସିଏ ଏବେ ସଂଘର୍ଷ କରୁଥିବା ବେଳେ ତା’ର ୮୦ ପ୍ରତିଶତ କର୍ମଚାରୀଙ୍କୁ ଚାକିରିରୁ ବିଦା କରିଛି। ଆସନ୍ତା ଡିସେମ୍ବର- ଜାନୁୟାରୀରେ ଭାରତ ୪ଟି ଟେଷ୍ଟ ଖେଳିବାକୁ ଅଷ୍ଟ୍ରେଲିଆ ଗସ୍ତ କରିବ। କିନ୍ତୁ ପୂର୍ବରୁ ଅଷ୍ଟ୍ରେଲିଆ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ତା’ର ସୀମା ସିଲ୍‌ କରିଛି। ପୁଣି ଏହାକୁ ଅଷ୍ଟ୍ରେଲିଆ ଆହୁରି ବଢାଇବାର ସମ୍ଭାବନା ରହିଛି। ଫଳରେ ଅଷ୍ଟ୍ରେଲିଆ ଭାରତୀୟ ଦଳ ପାଇଁ ଯାତ୍ରା କଟକଣାକୁ କୋହଳ କରିବାକୁ ବିଚାର କରୁଛି। ଆର୍ଥିକ ସଙ୍କଟରୁ ରକ୍ଷା ପାଇବା ପାଇଁ ଅଷ୍ଟ୍ରେଲିଆ ଏପରି ନିଷ୍ପତ୍ତି ନେଇପାରେ ବୋଲି କୁହାଯାଇଛି। ଏ ସଂକ୍ରାନ୍ତରେ କ୍ରିକେଟ ଅଷ୍ଟ୍ରେଲିଆକୁ ସରକାର ସବୁଜ ସଙ୍କେତ ଦେଇଛନ୍ତି ବୋଲି ରିପୋର୍ଟରେ କୁହାଯାଇଛି। ପୁଣି ଯଦି ଭାରତୀୟ ଗସ୍ତ ବାତିଲ ହୁଏ ତେବେ ସିଏ ଆହୁରି ଭାରି କ୍ଷତି ସହିବ। ଗତ ଅଷ୍ଟ୍ରେଲିଆ ଗସ୍ତରେ ଭାରତ ୨-୧ରେ ସିରିଜ ଜିତି ଇତିହାସ ସୃଷ୍ଟି କରିଥିଲା। ଅଷ୍ଟ୍ରେଲିଆ ମାଟିରେ ପ୍ରଥମ ଏସୀୟ ଦେଶ ଭାବେ ଭାରତ ଟେଷ୍ଟ ସିରିଜ ୍‌ଜିତି ରେକର୍ଡ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri