Posted inଖେଳ

ଭାରତୀୟ ଦଳର ଗସ୍ତ ପାଇଁ ଯାତ୍ରା କଟକଣା କୋହଳ କରିବ ଅଷ୍ଟ୍ରେଲିଆ

ମେଲବୋର୍ନ,୨୫।୪(ପି.ଟି.): କରୋନା ଭାଇରସ ମହାମାରୀ କାରଣରୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ସିଏ ପାଖାପାଖି ୩୦୦ ମିଲିୟନ ଅଷ୍ଟ୍ରେଲୀୟ ଡଲାର କ୍ଷତି ସହିବ। ତେବେ ଏହି ଆର୍ଥିକ ସଙ୍କଟରୁ ରକ୍ଷା ପାଇବା ପାଇଁ ଅଷ୍ଟ୍ରେଲିଆ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବାକୁ ଯାଉଛନ୍ତି। ଚଳିତ ବର୍ଷ ଶେଷ ଆଡକୁ ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଥିବା ବେଳେ ସରକାର ଧାର୍ଯ୍ୟ କରିଥିବା ଯାତ୍ରା କଟକଣାକୁ କୋହଳ କରିପାରନ୍ତି ବୋଲି ରିପୋର୍ଟ ପ୍ରକାଶ ପାଇଛି।
କରୋନା ଭାଇରସ ପାଇଁ ସାରା ବିଶ୍ୱରେ ଏବେ ଲକ୍‌ଡାଉନ ଜାରି ରହିଛି। ଫଳରେ କ୍ରିକେଟ ଖେଳା ନ ଯିବା କାରଣରୁ ସିଏ ଏବେ ସଂଘର୍ଷ କରୁଥିବା ବେଳେ ତା’ର ୮୦ ପ୍ରତିଶତ କର୍ମଚାରୀଙ୍କୁ ଚାକିରିରୁ ବିଦା କରିଛି। ଆସନ୍ତା ଡିସେମ୍ବର- ଜାନୁୟାରୀରେ ଭାରତ ୪ଟି ଟେଷ୍ଟ ଖେଳିବାକୁ ଅଷ୍ଟ୍ରେଲିଆ ଗସ୍ତ କରିବ। କିନ୍ତୁ ପୂର୍ବରୁ ଅଷ୍ଟ୍ରେଲିଆ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ତା’ର ସୀମା ସିଲ୍‌ କରିଛି। ପୁଣି ଏହାକୁ ଅଷ୍ଟ୍ରେଲିଆ ଆହୁରି ବଢାଇବାର ସମ୍ଭାବନା ରହିଛି। ଫଳରେ ଅଷ୍ଟ୍ରେଲିଆ ଭାରତୀୟ ଦଳ ପାଇଁ ଯାତ୍ରା କଟକଣାକୁ କୋହଳ କରିବାକୁ ବିଚାର କରୁଛି। ଆର୍ଥିକ ସଙ୍କଟରୁ ରକ୍ଷା ପାଇବା ପାଇଁ ଅଷ୍ଟ୍ରେଲିଆ ଏପରି ନିଷ୍ପତ୍ତି ନେଇପାରେ ବୋଲି କୁହାଯାଇଛି। ଏ ସଂକ୍ରାନ୍ତରେ କ୍ରିକେଟ ଅଷ୍ଟ୍ରେଲିଆକୁ ସରକାର ସବୁଜ ସଙ୍କେତ ଦେଇଛନ୍ତି ବୋଲି ରିପୋର୍ଟରେ କୁହାଯାଇଛି। ପୁଣି ଯଦି ଭାରତୀୟ ଗସ୍ତ ବାତିଲ ହୁଏ ତେବେ ସିଏ ଆହୁରି ଭାରି କ୍ଷତି ସହିବ। ଗତ ଅଷ୍ଟ୍ରେଲିଆ ଗସ୍ତରେ ଭାରତ ୨-୧ରେ ସିରିଜ ଜିତି ଇତିହାସ ସୃଷ୍ଟି କରିଥିଲା। ଅଷ୍ଟ୍ରେଲିଆ ମାଟିରେ ପ୍ରଥମ ଏସୀୟ ଦେଶ ଭାବେ ଭାରତ ଟେଷ୍ଟ ସିରିଜ ୍‌ଜିତି ରେକର୍ଡ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri