Posted inଜାତୀୟ

ଭାରତୀୟ ନମସ୍କାର ସଂସ୍କୃତି ଏବେ ଅନ୍ତର୍ଜାତୀୟ ସ୍ତରରେ: ବିଶ୍ୱନେତାଙ୍କୁ ବି ଆସିଲା ପସନ୍ଦ

ନୂଆଦିଲ୍ଲୀ,୧୫।୩ : ଭାରତୀୟ ସଂସ୍କୃତିର ଅଭିନ୍ନ ଅଙ୍ଗ କୁହାଯାଉଥିବା ନମସ୍କାର ଏବେ ବିଶ୍ୱସ୍ତରରେ ପହଞ୍ଚିଛି। ନମସ୍କାର ପୃଥିବୀସାରା ବର୍ତ୍ତମାନ ଅଭିବାଦନର ଏକ ମାଧ୍ୟମ ପାଲଟିଛି। ଏହା ବିଶ୍ୱନେତାଙ୍କୁ ବେଶ୍‌ ପସନ୍ଦ ଆସିଛି। ସେମାନଙ୍କ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ଜର୍ମାନୀ ଚାନ୍ସଲର ଏଞ୍ଜେଲା ମର୍କେଲ୍‌, ବ୍ରିଟେନ୍‌ର ପ୍ରିନ୍ସ୍‌ ଚାଲର୍‌ସ, ଫ୍ରାନ୍ସ ରାଷ୍ଟ୍ରପତି ଇମେନୁଏଲ୍‌ ମାର୍କନ୍‌, ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତ୍ୟାନେହୁ ପ୍ରମୁଖ ସାମିଲ ଅଛନ୍ତି। ଟ୍ରମ୍ପ୍‌ ଦୁଇଦିନ ତଳେ ଅୟାରଲାଣ୍ଡ ପ୍ରଧାନମନ୍ତ୍ରୀ ଲିଓ ବରାଡ଼କରଙ୍କୁ ଭେଟିଥିଲେ। ଏହି ଅବସରରେ ଦୁଇ ନେତା ପରସ୍ପରକୁ ଭାରତୀୟ ଶୈଳୀରେ ନମସ୍କାର କରିଥିଲେ। ସେହିପରି ମାର୍ଚ୍ଚ ୧୧ରେ ଫିନ୍ସ୍‌ ଚାଲର୍‌ସ ଲଣ୍ଡନ ପେଲୋଡିୟମ୍‌ରେ ଅନୁଷ୍ଠିତ ହୋଇଥିବା ପ୍ରିନ୍ସ୍‌ ଟ୍ରଷ୍ଟ୍‌ ଆଓ୍ବାର୍ଡରେ ଉପସ୍ଥିତ ଅତିଥିଙ୍କୁ ନମସ୍କାର କରି ଅଭିବାଦନ ଜଣାଇଥିଲେ। ଜର୍ମାନ ଚାନ୍ସଲର ଏଞ୍ଜେଲା ମର୍କେଲ୍‌ ଏବଂ ପର୍ତ୍ତୁଗାଲ ପ୍ରଧାନମନ୍ତ୍ରୀ ଆଣ୍ଟୋନିଓ କୋଷ୍ଟା ପରସ୍ପରକୁ ସାକ୍ଷାତ୍‌ କରି ନମସ୍କାର କରିଛନ୍ତି। ସେହିପରି ଗତ ବୁଧବାର ଫ୍ରାନ୍ସ୍‌ ରାଷ୍ଟ୍ରପତି ଇମେନୁଏଲ୍‌ ମାର୍କନ ସ୍ପେନ୍‌ର ରାଜା କିଙ୍ଗ୍‌ ଫିଲିପ୍‌ଙ୍କୁ ଭେଟିବା ଅବସରରେ ନମସ୍କାର କରି ସ୍ବାଗତ କରିଛନ୍ତି। ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତ୍ୟାନେହୁ ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ଲୋକଙ୍କୁ ହାତ ନ ମିଳାଇ ଅବା ଆଲିଙ୍ଗନ ନ କରି ନମସ୍କାର କରିବାକୁ ପରାମର୍ଶ ଦେଇଛନ୍ତି। ଏହା ପୂର୍ବରୁ ସେ କରୋନାଠାରୁ ଦୂରେଇ ରହିବା ପାଇଁ ଭାରତୀୟ ସଂସ୍କୃତିକୁ ଆପଣେଇବା ଲାଗି ଲୋକଙ୍କୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri