Posted inରାଜ୍ୟ

ଭାରତୀୟ ନୌସେନା ଚିଲିକା ପକ୍ଷରୁ କାର୍‌ଗିଲ ବିଜୟ ଦିବସ

ବାଲୁଗାଁ,୨୫ା୭(ଡି.ଏନ.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ତରଫରୁ ବୁଧବାର କାର୍‌ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି। ବିଜୟ ଦିବସର ୨୦ବର୍ଷ ପୂର୍ତ୍ତି ଅବସରରେ ଦେଶର ସୁରକ୍ଷା ନିମନ୍ତେ ତଟରକ୍ଷୀ କ୍ଷେତ୍ରରେ ମତ୍ସ୍ୟଜୀବୀ ଓ ଜନସାଧାରଣଙ୍କୁ ସଚେତନ ପାଇଁ ନୌସେନା ପକ୍ଷରୁ ଏକ ସାଇକେଲ ଚାଳନା ଶୋଭାଯାତ୍ରା ବାହାରିଥିଲା । ନାଭାଲ ମୁଖ୍ୟ କମାଣ୍ଡର ଋତୁରାଜ ସାହୁ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ । ୨୦୦ରୁ ଊର୍ଦ୍ଧ୍ୱ ନାଭାଲ କର୍ମଚାରୀ ଓ ନାବିକ ଶୋଭାଯାତ୍ରାରେ ତାଲିମ କେନ୍ଦ୍ରରୁ ବାହାରି ବାଣପୁରସ୍ଥିତ ନେହେରୁ ସେବା ସଦନଠାରେ ପହଞ୍ଚତ୍ଥିଲେ । ସେଠାରେ ଅନ୍ତେବାସୀଙ୍କୁ ଦେଶର ସୁରକ୍ଷା ପାଇଁ ନିୟୋଜିତ ହେବାକୁ ପ୍ରବର୍ତ୍ତାଇବା ସହ ସଚେତନତାମୂଳକ ବହି ଓ ଅନ୍ୟାନ୍ୟ ପତ୍ରିକା ପ୍ରଦାନ କରିଥିଲେ । ଶୋଭାଯାତ୍ରା ବାଲୁଗଁ। ମହାବିଦ୍ୟାଳୟଠାରେ ପହଞ୍ଚତ୍ବା ପରେ ସେଠାରେ ମତ୍ସ୍ୟଜୀବୀ, ବାଲୁଗଁ। ମହାବିଦ୍ୟାଳୟର ସମର ଶିକ୍ଷାର୍ଥୀ ବାହିନୀ ଓ ଜାତୀୟ ସେବା ଯୋଜନା ଛାତ୍ରୀଛାତ୍ରଙ୍କୁ ନେଇ ପରିବେଶ, ତଟରକ୍ଷା କ୍ଷେତ୍ରରେ ଜ୍ଞାନ ଦେବା ପାଇଁ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ଏଥିରେ ଯୋଗଦେଇଥିଲେ। ଏହି ଅବସରରେ କାର୍‌ଗିଲ ଯୁଦ୍ଧର ସୈନ୍ୟଙ୍କ ଦେଶପ୍ରତି ବଳିଦାନର ଏକ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଜିଲା ପ୍ରଶାସନିକ ଅଧିକାରୀ, ମତ୍ସ୍ୟ ବିଭାଗ ଓ ସ୍ଥାନୀୟ ପୋଲିସ୍‌ ଏଥିରେ ଅଂଶଗ୍ରହଣ କରିଥିଲେ। ସନ୍ଧ୍ୟାରେ ମହାବିଦ୍ୟାଳୟ ପରିସରରେ ନୌସେନା କର୍ମଚାରୀଙ୍କ ଦ୍ୱାରା ନୌବାଦ୍ୟ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ନୌସେନା କମାଣ୍ଡର ଋତୁରାଜ ସାହୁ ମୁଖ୍ୟଅତିଥି ରୂପେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri