ଭାରତୀୟ ପୁଞ୍ଜି ବଜାର ଉପରେ ବିଦେଶୀ ନିବେଶକଙ୍କ ଭରସା

ନୂଆଦିଲ୍ଲୀ,୨୨-୪: ଭାରତୀୟ ପୁଞ୍ଜି ବଜାର ଉପରେ ବିଦେଶୀ ନିବେଶକଙ୍କ ଭରସା ବଢୁଛି। ପ୍ରଭାବିତ ବିଶ୍ୱ ବଜାର ସ୍ଥିତିରେ ବିଦେଶୀ ନିବେଶକମାନେ ଭାରତୀୟ ପୁଞ୍ଜି ବଜାରରେ ଏପ୍ରିଲ ମାସର ବର୍ତ୍ତମାନ ସମୟ ସୁଦ୍ଧା ୧୧,୦୧୨ କୋଟି ଟଙ୍କା ନିବେଶ କରିଥିବା ବଜାର ସୂତ୍ରରୁ ଜଣା ପଡିଛି। ଫରେନ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ) ମାନେ ଫେବୃୟାରୀରେ ମୋଟ ୧୧, ୧୮୨ କୋଟି ଟଙ୍କା ନିବେଶ କରିଥିବା ବେଳେ ଏହା ମାର୍ଚ୍ଚରେ ୪୫,୯୮୧ କୋଟି ଟଙ୍କା ରହିଥିଲା। ଜାନୁୟାରୀରେ ଉଭୟ ଡେଟ୍‌ ଏବଂ ଇକ୍ୱିଟି ବାବଦକୁ ଏହି ନିବେଶକମାନେ ୫,୩୬୦ କୋଟି ଟଙ୍କାର ପୁଞ୍ଜି କାଢି ନେଇଥିଲେ।

ଏପ୍ରିଲ ୧ରୁ ୧୬ ମଧ୍ୟରେ ଏଫ୍‌ପିଆଇ ମାନେ ୧୪,୩୦୦,୨୨ କୋଟି ଟଙ୍କା ପୁଞ୍ଜି ନିବେଶ କରିଥିବା ବେଳେ ଡେଟ୍‌ ବଜାରରୁ ୩,୨୮୮ କୋଟି ଟଙ୍କା ପ୍ରତ୍ୟାହାର କରି ନେଇଛନ୍ତି। ଏହାକୁ ଧରିଲେ ଏମାନଙ୍କ ପକ୍ଷରୁ ମୋଟ୍‌ ନେଟ୍‌ ନିବେଶ ୧୧, ୦୧୨ କୋଟି ଟଙ୍କା ରହିଥିବା ଷ୍ଟକ ବଜାର ଡିପୋଜିଟୋରୀ ତଥ୍ୟରୁ ଏହା ସାମ୍ନାକୁ ଆସିଛି। ନିର୍ବାଚନ ପରବର୍ତ୍ତୀ ସମୟରେ ଏକ ସ୍ଥିର ସରକାର ଆସିବା ନେଇ ନିବେଶକମାନେ ବେଶ ଆଶାବାଦୀ ଥିବା ଗ୍ରୋଥଡବ୍ଲ୍ୟୁ  ନାମକ ନିବେଶ ସଂସ୍ଥା ଆନାଲିଷ୍ଟ ହରିଶ ଜୈନ କହିଛନ୍ତି। ଭାରତ ଏକ ଅଭିବୃଦ୍ଧିଶୀଳ ବଜାର ହୋଇଥିବାରୁ ଏହାକୁ ଧ୍ୟାନରେ ରଖି ନିବେଶକମାନେ ଭାରତୀୟ ପୁଞ୍ଜି ବଜାରରେ ନିବେଶ ଧାରା ଜାରି ରଖିଥିବା ମର୍ଣ୍ଣିଂଷ୍ଟାରର ବରିଷ୍ଠ ଆନାଲିଷ୍ଟ ହିମାଂଶୁ ଶ୍ରୀବାସ୍ତବ କହିଛନ୍ତି। ୨୦୧୮ର ବଜାରସ୍ଥିତି ସତ୍ତ୍ୱେ ଭାରତ ଭଲ ପ୍ରଦର୍ଶନ କରୁଥିବା ସେ କହିଛନ୍ତି। ଚଳିତ ବର୍ଷ ଏଥିରେ ଉନ୍ନତି ପରିଲକ୍ଷିତ ହୋଇଛି। ଭାରତୀୟ ବଜାର ଏହି ଧାରା ଲାଗି ରହିବ ବୋଲି ଶ୍ରୀବାସ୍ତବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri