ଭାରତୀୟ ବିଜ୍ଞାନ କଂଗ୍ରେସରେ ସୋରଡ଼ା ଅଧ୍ୟାପକ ଉପସ୍ଥାପନ କଲେ ବାଲିପଦର କୃଷ୍ଣସାର ମୃଗ ଉପରେ ସନ୍ଦର୍ଭ

ସୋରଡ଼ା,୬ା୧(ଡି.ଏନ.ଏ.)-ସ୍ଥାନୀୟ ଋଷିକୁଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଅଧ୍ୟାପକ ରାମଚନ୍ଦ୍ର ବିଷୋୟୀ ୧୦୭ତମ ଭାରତୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଚଳିତ ମାସ ୩ରୁ ୭ ପର୍ଯ୍ୟନ୍ତ ବାଙ୍ଗାଲୋର କୃଷି ବିଜ୍ଞାନ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ବିଜ୍ଞାନ କଂଗ୍ରେସରେ ଭାରତର ବିଭିନ୍ନ ପ୍ରାନ୍ତ ସମେତ ଚିନ୍‌, ଋଷିଆ, ଜାପାନ, ଆମେରିକା, ଚେକ୍‌ ରିପବ୍ଲିକ୍‌, ଜର୍ମାନ, ଅଷ୍ଟ୍ରେଲିଆ ସମେତ ବହୁ ଦେଶର ବୈଜ୍ଞାନିକ, ପଲିସିମେକର, ଆବିସ୍କାରକ, ଏକାଡ଼େମିଆନ, ରିସର୍ଚ୍ଚ ସ୍କଲାରମାନେ ଯୋଗଦେଇ ବିଭିନ୍ନ ବିଷୟର ସନ୍ଦର୍ଭ ଉପସ୍ଥାପନ କରିଛନ୍ତି। ଅଧ୍ୟାପକ ରାମଚନ୍ଦ୍ର ବିଷୋୟୀ ତଥା ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ଜୀବ ବିଜ୍ଞାନ ବିଭାଗର ରିସର୍ଚ୍ଚ ସ୍କଲାର ହିସାବରେ ତାଙ୍କର ସନ୍ଦର୍ଭ ବାଲିପଦର ଅଞ୍ଚଳର କୃଷ୍ଣସାର ଉପରେ ଅଧ୍ୟୟନକୁ ଉପସ୍ଥିତ ବିଶ୍ୱସ୍ତରର ଅଂଶଗ୍ରହଣକାରୀମାନଙ୍କ ସମ୍ମୁଖରେ ଶନିବାର ଉପସ୍ଥାପନ କରିଥିଲେ। ତାଙ୍କ ସାଥିରେ ଗାଇଡ଼ ଭାବେ ଋଷିକୁଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ଼. ଦେବୀ ପ୍ରସାଦ ସାମନ୍ତ ଯୋଗ ଦେଇଛନ୍ତି। ବିଜ୍ଞାନ କାରିଗରି ଓ ଗ୍ରାମ୍ୟ ଉନ୍ନୟନ ଉପରେ ୧୦୭ ବିଜ୍ଞାନ କଂଗ୍ରେସ ଫୋକସ ରଖିଥିବାବେଳେ ଅଞ୍ଚଳର ପ୍ରଥମକରି ଜଣେ ଅଧ୍ୟାପକଙ୍କ ଏଥିରେ ଯୋଗଦାନ କରିବା ସମସ୍ତଙ୍କ ପାଇଁ ଖୁସି ଆଣିଦେଇଛି।
ସୂଚନାଯୋଗ୍ୟ ଯେ, ବିଷୋୟୀଙ୍କ ଅଧ୍ୟୟନ ସନ୍ଦର୍ଭ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟରେ ଉପସ୍ଥାପନ ପରେ ତାହା ମେଘାଳୟ ଇମ୍‌ଫାଲସ୍ଥିତ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଦ୍ୱାରା ଆଦୃତ ହୋଇଥିଲା ଏବଂ ଭାରତୀୟ ବିଜ୍ଞାନ କଂଗ୍ରେସ ତରଫରୁ ଡ଼ାକରାରେ ସେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri