Posted inଖେଳ

ଭାରତୀୟ ବିଶ୍ୱକପ୍‌ ଦଳକୁ ଶକ୍ତ ଧକ୍କା

ଲଣ୍ଡନ,୨୫।୫(ପିଟି)- ଆଇସିସି ବିଶ୍ୱକପ୍‌କୁ ଆରମ୍ଭ ହେବାକୁ ଆଉ ମାତ୍ର କେଇଟା ଦିନ ପୂର୍ବରୁ ଭାରତୀୟ ଦଳକୁ ଏକ ଧକ୍କା ଲାଗିଛି। ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇଛନ୍ତି। ଶୁକ୍ରବାର ନେଟ୍ସରେ ବ୍ୟାଟିଂ ଅଭ୍ୟାସ କରୁଥିବାବେଳେ ସେ ଏକ ପୁଲ ଶଟ୍‌ ଲଗାଇବାକୁ ଉଦ୍ୟମ କରିଥିଲେ। ହେଲେ ବଲ ତାଙ୍କ ରିଷ୍ଟରେ ବାଜିଥିଲା। ଯନ୍ତ୍ରଣା ହେବାର ତୁରନ୍ତ ପରେ ସେ ଆଉ ଅଭ୍ୟାସରେ ଅଂଶଗ୍ରହଣ କରି ନ ଥିଲେ। ଏହି ତାମିଲନାଡୁ ଖେଳାଳି ସମ୍ଭବତଃ ଭାରତୀୟ ଦଳର ୪ର୍ଥ କ୍ରମର ବ୍ୟାଟ୍ସମ୍ୟାନ। ଏଣୁ ତାଙ୍କ ଆହତ ସମସ୍ୟା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇ ଦେଇଛି। ଶଙ୍କରଙ୍କ ରିଷ୍ଟର ସ୍କାନ କରାଯାଇଛି। ମେଡିକାଲ ରିପୋର୍ଟ ପ୍ରକାଶ ପାଇବା ପରେ ହିଁ ଓଭାଲଠାରେ ଶନିବାର ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଖେଳିବେ କି ନାହିଁ କୁହାଯାଇପାରିବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି। କେଦାର ଯାଦବଙ୍କ କାନ୍ଧ ସମସ୍ୟାକୁ ଟିମ୍‌ ମ୍ୟାନେଜମେଣ୍ଟ ନଜରରେ ରଖିଥିବାବେଳେ ଯଦି ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ହୋଇଥାଏ, ତେବେ କୋହଲିଙ୍କ ଚିନ୍ତା ନିଶ୍ଚିତ ବୃଦ୍ଧି ପାଇବ। ଯାଦବ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ ଖେଳିବେ କି ନାହିଁ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତେବେ ସେ ନେଟ୍ସରେ ବ୍ୟାଟିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?