Posted inଖେଳ

ଭାରତୀୟ ମହିଳା କ୍ରିକେଟ୍‌ ଦଳର ସିରିଜ୍‌ କ୍ଲିନସୁଇପ୍‌

ଗୁୟାନା,୨୨।୧୧(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ରେ ଭାରତୀୟ ମହିଳା ଦଳ ତା’ର ଅପରାଜେୟ ଧାରା ବଜାୟ ରଖି ୫ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌କୁ ପୋଛିନେଇଛି। ବେଦା କ୍ରିଷ୍ଣମୂର୍ତ୍ତି ଓ ଜେମିମା ରୋଡ୍ରିଗୁଏଜଙ୍କ ଅର୍ଦ୍ଧଶତକ ଓ ପରେ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଟିମ୍‌ ଇଣ୍ଡିଆ ଅନ୍ତିମ ଟି୨୦ ମ୍ୟାଚ୍‌ରେ ୬୧ ରନ୍‌ରେ ବିଜୟୀ ହୋଇଛି। ଏହା ସହିତ ୫ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌କୁ ଭାରତ ୫-୦ରେ ଜିତି ନେଇଛି। ବିଜୟୀ ଦଳ ଲାଗି କ୍ରିଷ୍ଣମୂର୍ତ୍ତିଙ୍କୁ ମ୍ୟାର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।
ଜିତି ପ୍ରଥମେ ବ୍ୟାଟିଂ କରିଥିବା ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ୧୭ ରନ୍‌ ମଧ୍ୟରେ ଦୁଇ ଓପନର ଶେଫାଳି ବର୍ମା (୯) ଓ ସ୍ମୃତି ମନ୍ଧାନା (୭)ଙ୍କ ଉଇକେଟ ହରାଇଥିଲା। ଏହାପରେ କ୍ରିଷ୍ଣମୂର୍ତ୍ତି ଓ ରୋଡ୍ରିଗୁଏଜ ୩ୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ୧୧୭ ରନ୍‌ ଯୋଡ଼ିଥିଲେ। ଫଳରେ ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୨୦ ଓଭରରେ ୩ ଉଇକେଟ ହରାଇ ୧୩୪ ରନ୍‌ କରିଥିଲା। ରୋଡ୍ରିଗୁଏଜ ୫୦ ରନ୍‌ କରି ଆଉଟ୍‌ ହୋଇଥିବାବେଳେ କ୍ରିଷ୍ଣମୂର୍ତ୍ତି ୫୭ ରନ୍‌ କରି ଅପରାଜିତ ରହିଥିଲେ। ଘରୋଇ ଦଳ ପକ୍ଷରୁ ହେଲି ମାଥ୍ୟୁସ ଓ ଅନିସା ମହମ୍ମଦ ଗୋଟିଏ ଉଇକେଟ ନେଇଥିଲେ। ଜବାବରେ ଓ୍ବେଷ୍ଟଇଣ୍ଡିଜ ଦଳ ନିୟମିତ ବ୍ୟବଧାନରେ ଉଇକେଟ ହରାଇବାରୁ ବିଜୟ ଲକ୍ଷ୍ୟଠାରୁ ଦୂରେଇ ରହିଥିଲା। ଘରୋଇ ଦଳ ଶେଷପର୍ଯ୍ୟନ୍ତ ବ୍ୟାଟିଂ କରି ୭ ଉଇକେଟ ହରାଇ ମାତ୍ର ୭୩ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳର କେବଳ ଦୁଇଜଣ କିଶୋନା ନାଇଟ୍‌ ୨୨ ଓ ଶେମାଇନ କମ୍ପାବେଲେ (୧୯)ଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟ୍ସଓମ୍ୟାନ ଦୁଇଅଙ୍କ ସ୍କୋର ଛୁଇଁପାରି ନ ଥିଲେ। ବିଜୟୀ ଦଳ ପାଇଁ ଅନୁଜା ପାଟିଲ ୨ ଉଇକେଟ ନେଇଥିବାବେଳେ ପୁନମ ଯାଦବ, ପୂଜା, ରାଧା ଯାଦବ ଓ ହର୍ଲିନ ଦେଓଲ ଗେ୍‌ାଟିଏ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ବିଜୟ ହାସଲ କଲା ସନ୍‌ରାଇଜର୍ସ: ପ୍ରଥମ ଦଳ ଭାବେ ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେଅଫ ଦୌଡରୁ ବିଦା

ହାଇଦ୍ରାବାଦ, ୮।୫: ମୁମ୍ବାଇ ଇଣ୍ଡିଆନ୍ସ ବର୍ତ୍ତମାନ ପ୍ରଥମ ଦଳ ହୋଇଛି ଯିଏ ଆଇପିଏଲ୍ ୨୦୨୪ ରୁ ବାଦ୍ ପଡିଛି। ପରବର୍ତ୍ତୀ ମ୍ୟାଚ୍ ଖେଳିବା ପୂର୍ବରୁ ଏହା...

୧୦ ଉଇକେଟରେ ଜିତିଲା ସନ୍‌ରାଇଜର୍ସ: ଟ୍ରାଭିସ ହେଡ୍‌ ଓ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ

ହାଇଦ୍ରାବାଦ, ୮।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍‌ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ...

ବିରାଟ କୋହଲିଙ୍କ ଯୋଗୁ ହାରିଯାଇଥିଲେ ବିଶ୍ୱକପ୍‌ ଫାଇନାଲ? ବହୁତ ବଡ଼ କଥା କହିଦେଲେ ସେହ୍ବାଗ…

ନୂଆଦିଲ୍ଲୀ,୮।୫: ଭାରତୀୟ ଟିମ୍‌ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ହାରିବା...

କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍‌: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା

ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍‌ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫...

ବଡ଼ ଅଡୁଆରେ ଫସିଛନ୍ତି ଯଶସ୍ବୀ, ଏବେ ଟି୨୦ ବିଶ୍ୱକପ୍‌ରେ କ’ଣ ହେବ?

ନୂଆଦିଲ୍ଲୀ,୮।୫: ଯଶସ୍ବୀ ଜୟସ୍ବାଲ ଗତ ଏକ ବର୍ଷ ମଧ୍ୟରେ ସମସ୍ତ ଫର୍ମାଟରେ ଜବରଦସ୍ତ ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି। ହେଲେ ଆଇପିଏଲ୍‌ରେ ସେ ସେତେଟା ଭଲ...

VIDEO: ଆର୍‌ସିବିର ମଜା ଉଡାଇଲା ପଞ୍ଜାବ କିଙ୍ଗ୍ସ, ଧର୍ମଶାଳା ମ୍ୟାଚ୍‌କୁ ନେଇ ବଢ଼ିଲା ଉତ୍କଣ୍ଠା

ନୂଆଦିଲ୍ଲୀ,୮।୫: ଆଇପିଏଲ୍‌ ୨୦୨୪ର ଲିଗ୍‌ ପର୍ଯ୍ୟାୟ ଏବେ ଶେଷ ସୋପାନରେ। ଦୁଇ ସପ୍ତାହ ପରେ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମୁକାବିଲା ଖେଳାଯିବ। ଏଯାବତ ଗୋଟିଏ ବି...

ଟି୨୦ ବିଶ୍ୱକପ୍‌କୁ ମାଗଣାରେ ଦେଖିପାରିବେ ଦର୍ଶକ, ଡିଜ୍‌ନୀ କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୮।୫: ଆଗାମୀ ଟି୨୦ ବିଶ୍ୱକପ୍‌ ନେଇ ବଡ଼ ଘୋଷଣା କରିଛି ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାର। ବ୍ୟବହାରକାରୀମାନେ ଏହି ମୋବାଇଲ ଆପ୍‌ରେ ମାଗଣାରେ ବିଶ୍ୱକପ୍‌କୁ ଉପଭୋଗ କରିପାରିବେ।...

ବଳାତ୍କାର ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୫: ଭାରତୀୟ ମୂଳ କ୍ରିକେଟର ନିଖିଲ ଚୌଧୁରୀ ଅଷ୍ଟ୍ରେଲିଆରେ ଖେଳନ୍ତି ଏବଂ ବିଗ ବାସ ଲିଗ (ବିବିଏଲ)ରେ ଏକ ଜଣାଶୁଣା ନାମ। ୨୮ ବର୍ଷୀୟ ନିଖିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri