Posted inଜାତୀୟ

ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ:ଭିଏଚ୍‌ପି

କୋଲକାତା,୭।୧୦:ଦୁର୍ଗାପୂଜା ଅବସରରେ କୋଲକାତା ପୂଜା ମଣ୍ଡପରେ ପୂଜା କରିବାକୁ ନେଇ ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜହାଁ ପୁଣି ଚର୍ଚ୍ଚାରେ ଅଛନ୍ତି। ଏହାକୁ ନେଇ ବହୁ ମୁସଲମାନ ସଂଗଠନ ଆପତ୍ତି ଉଠାଇଛନ୍ତି। ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ ବୋଲି ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍‌ପି) ପକ୍ଷରୁ କୁହାଯାଇଛି। ଭିଏଚ୍‌ପିର କାର୍ଯ୍ୟକାରୀ ଅଧ୍ୟକ୍ଷ ଆଲୋକ କୁମାର କହିଛନ୍ତି, ଆଜି କେବଳ ଭାରତରେ ନୁହେଁ, ଅନେକ ମୁସଲମାନ ଦେଶରେ ରାମଲୀଳାର ଆୟୋଜନ କରାଯାଉଛି। କୌଣସି ମୁସଲମାନ ବ୍ୟକ୍ତି ପୂଜାପାର୍ବଣରେ ଭାଗ ନେବା ଅର୍ଥ ନୁହେଁ ସେ ନିଜ ଧର୍ମ ପରିବର୍ତ୍ତନ କରିବା। ରମଜାନ ମାସରେ ଅନେକ ହିନ୍ଦୁ ମଧ୍ୟ ଇଫତାର୍‌ ପାର୍ଟିର ଆୟୋଜନ କରିଥାଆନ୍ତି। ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ, ଏଥିରେ ସନ୍ଦେହ ନାହିଁ ବୋଲି ଆଲୋକ କୁମାର କହିଛନ୍ତି। ସୂଚନାଯୋଗ୍ୟ, ନୁଶରତ ସ୍ବାମୀ ନିଖିଲ ଜୈନଙ୍କ ସହ ଦୁର୍ଗାପୂଜା ପାଳନ କରିବାକୁ ନେଇ ମୁସଲମାନ ସଂଗଠନ ଆପତ୍ତି ଉଠାଇଛନ୍ତି। ପୂର୍ବରୁ ମଧ୍ୟ ନୁଶରତ୍‌ଙ୍କ ନାଁରେ ବିଭିନ୍ନ ମୁସଲମାନ ସଂଗଠନ ପକ୍ଷରୁ ଫତଓ୍ବା ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri