Posted inଜାତୀୟ

ଭାରତୀୟ ସେନାର ଆକ୍ରମଣରେ ୫ ପାକିସ୍ତାନ ସେନା ନିହତ: ବିଚଳିତ ହୋଇପଡିଲା ପାକିସ୍ତାନ

ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ଅଧିକୃତ କଶ୍ମୀରରେ ଥିବା ଆତଙ୍କବାଦୀ କ୍ୟାମ୍ପ ଉପରେ ରବିବାର ଭାରତ ଆକ୍ରମଣ କରିଛି। ଭାରତୀୟ ସେନାର ଆକ୍ରମଣରେ ୫ ଜଣ ପାକିସ୍ତାନ ସେନା ନିହତ ହୋଇଥିବାବେଳେ ଅନେକ ଯବାନ ଆହତ ହୋଇଛନ୍ତି। ୪ରୁ ଅଧିକ ଆତଙ୍କବାଦୀ କ୍ୟାମ୍ପ ନଷ୍ଟ ହୋଇଯାଇଥିବା ସୂଚନା ରହିଛି। ଏହାପରେ ପାକିସ୍ତାନ ସରକାର ବିଚଳିତ ପଡିଛି। ପାକିସ୍ତାନରେ ଥିବା ଭାରତୀୟ ହାଇକମିଶନରଙ୍କୁ ଏନେଇ ରିପୋର୍ଟ ତଲବ କରିଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଡେପୁଟୀ ହାଇକମିଶନର ଗୌରବ ଆହଲୁଓ୍ବାଲିଆଙ୍କୁ ସମନ ଜାରି କରିଛି। ସୂଚନାଯୋଗ୍ୟ, ଟଙ୍ଗଧର ସେକ୍ଟରର ପାକିସ୍ତାନ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିଲା। ଏହାର ଜବାବ ଦେବାକୁ ଯାଇ ଭାରତୀୟ ସେନା ଟଙ୍ଗଧର ସେକ୍ଟରର ବିପରୀତ ପାର୍ଶ୍ୱରରେ ଥିବା ଆତଙ୍କବାଦୀ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲା। ପିଓକେରେ ଆତଙ୍କବାଦୀଙ୍କ ପାଇଁ ପାକିସ୍ତାନ ଏକ ଅସ୍ଥାୟୀ ଆତଙ୍କୀ କ୍ୟାମ୍ପ ଖୋଲିଥିବା ସୂଚନା ରହିଛି। ଏହି ସ୍ଥାନରୁ ହିଁ ଆତଙ୍କବାଦୀମାନେ ଆସି ଭାରତର ସୀମାରେଖା ଗୁଡ଼ିକରେ ଅନୁପ୍ରବେଶ କରିବା ପାଇଁ ଚେଷ୍ଟା କରୁଛନ୍ତି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri