Posted inଖେଳ

ଭାରତୀୟ ହକି ଡିଫେଣ୍ଡରଙ୍କ ଲାଗି ସ୍ବତନ୍ତ୍ର କ୍ୟାମ୍ପ

ନୂଆଦିଲ୍ଲୀ,୮।୭(ପି.ଟି.)- ଦୁଇ ଥର ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆ ହକି ଖେଳାଳି ଫର୍‌ଗୁସ କାଭାନାଗଙ୍କ ତତ୍ତ୍ୱାବଧାନରେ ବେଙ୍ଗାଲୁରୁସ୍ଥିତ ସାଇ କେନ୍ଦ୍ରଠାରେ ଭାରତୀୟ ଡିଫେଣ୍ଡରଙ୍କ ଲାଗି ଏକ ସ୍ବତନ୍ତ୍ର କ୍ୟାମ୍ପ ଆୟୋଜନ କରାଯିବ। ଜୁଲାଇ ୧୪ ତାରିଖରୁ ଆରମ୍ଭ ହେବାକୁ ଥିବା ଟ୍ରେନିଂ ଶିବିର ୭ଦିନ ଧରି ଚାଲିବ। ଏଥିରେ ଯୋଗଦେବା ଲାଗି ୫ ଓଡ଼ିଆ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବୀରେନ୍ଦ୍ର ଲାକ୍ରା, ସୁମନ ବେକ୍‌, ପ୍ରତାପ ଲାକ୍ରା, ନିଲମ ସଞ୍ଜୀବ ଖେସ୍‌ ଓ ଅମିତ ରୋହିଦାସ। ନୂଆଦିଲ୍ଲୀଠାରେ ୨୦୧୦ ଓ ହେଗ୍‌ଠାରେ ୨୦୧୪ ବିଶ୍ୱକପ୍‌ ଜିତିଥିବା ଅଷ୍ଟ୍ରେଲିଆ ଦଳର ଅଂଶ ଥିଲେ କାଭାନାଗ। ଏହାବାଦ୍‌ ତାଙ୍କ ପ୍ରତିନିଧିତ୍ୱରେ ଦଳ ୨୦୦୮ରୁ ୧୨ ପର୍ଯ୍ୟନ୍ତ କ୍ରମାଗତ ଏଫ୍‌ଆଇଏଚ୍‌ ଚାମ୍ପିୟନ୍ସ ଟ୍ରଫି ଜିତିଥିବା ଦଳର ସଦସ୍ୟ ଥିଲେ। ସେ ହକି ଇଣ୍ଡିଆ (ଏଚ୍‌ଆଇ) ଦ୍ୱାରା ଚିହ୍ନଟ ୧୪ ଜଣ ଡିଫେଣ୍ଡରଙ୍କ ସହ କାର୍ଯ୍ୟ କରିବେ। ଏହି ଶିବିର ସମ୍ପର୍କରେ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗ୍ରାହମ ରିଡ୍‌ କହିଛନ୍ତି, ଆମ ଡିଫେନ୍ସ ବିଭାଗର ଦକ୍ଷତାରେ ଉନ୍ନତି ଦରକାର। ପୂର୍ବତନ କୁକାବୁରା କିମ୍ବଦନ୍ତୀ ଫର୍‌ଗୁସଙ୍କ ସହ କାର୍ଯ୍ୟ କରିିବାକୁ ସୁଯୋଗ ପାଇଥିବାରୁ ଆମେ ଭାଗ୍ୟବାନ୍‌। ଶିବିରରେ ଆମେ ପୂର୍ବତନ ଅଷ୍ଟ୍ରେଲିଆନ ଖେଳାଳିଙ୍କ ୧୦ ବର୍ଷର ଅଭିଜ୍ଞତାକୁ ଆମ ଡିଫେଣ୍ଡରଙ୍କ ସମସ୍ତ ବିଭାଗର ଉନ୍ନତି ଉପରେ କାର୍ଯ୍ୟ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri