ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ୍‌: ଚାଳକ ମୃତ

ପବିତ୍ରନଗର, ୭।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ପବିତ୍ରନଗର ନିକଟ ସମାକୋଇ ପୋଲ ନିକଟରେ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିବା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଜଣଙ୍କ ହେଲେ ପାଳଲହଡା ଥାନା ଶିଗଡ ଗ୍ରାମର ମାନୁ ଚରଣ ପ୍ରଧାନ।

ସୂଚନାନୁଯାୟୀ, ବୁଧବାର ସକାଳେ ସ୍ଥାନୀୟ ଲୋକେ ଘଟଣା ବିଷୟରେ ଜାଣି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ପରିବାରଲୋକଙ୍କୁ ଖବର ଦେଇଥିଲା। ତେବେ ବାଇକ୍‌ ସହ ମାନୁ ପୋଲ ତଳକୁ ଖସି ପଡ଼ିଥିବା ବେଳେ ଗାଡ଼ିଟି ଏକ ବୁଦା ମଧ୍ୟରେ ପଶି ଯାଇଥିଲା। ଫଳରେ ଦୁର୍ଘଟଣା ବିଷୟରେ କେହି ଜାଣିପାରି ନ ଥିବା ଅନୁମାନ କରାଯାଉଛି। ମୃତକଙ୍କ କ୍ଷତସ୍ଥାନରୁ ଦୁର୍ଘଟଣା ମଙ୍ଗଳବାର ଘଟିଥିବା ନେଇ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri