ଭାରସାମ୍ୟ ହରାଇ ୨୦ ଫୁଟ ରାସ୍ତା ତଳକୁ ଓଲଟିଲା ବସ୍‌

କେନ୍ଦୁଝର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବିଞ୍ଝବାହାଲ ଗ୍ରାମ ନିକଟ ୪୯ନଂ. ଜାତୀୟ ରାଜପଥରେ ଶନିବାର ୨୦ ଫୁଟ ରାସ୍ତା ତଳକୁ ଏକ ଘରୋଇ ବସ୍‌ ଓଲଟି ପଡିଛି। ଏଥିରେ ଜଣେ ଶିଶୁଙ୍କ ସହ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଯାତ୍ରୀ ହେଲେ ତେଲକୋଇ ଥାନା ଅନ୍ତର୍ଗତ କରଦାଙ୍ଗି ଗ୍ରାମର ମହନ୍ତ ଓ ତାଙ୍କ ୪ ବର୍ଷର ଶିଶୁ କନ୍ୟା, ରଙ୍ଗ ମହାନ୍ତ, ତିଳେଇପଶି ଗ୍ରାମର ବିଜୟ ନାୟକ। ସେମାନଙ୍କୁ ପାଲଲହଡା ଉପଖଣ୍ଡ ମେଡିକାଲରେ ଚିକିତ୍ସା କରାଯାଉଛି ।
ଉକ୍ତ ବସ୍‌ଟି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ଠାରୁ ତେଲକୋଇ ଦେଇ ଦେବଗଡ଼କୁ ଯାଉଥିଲା ବେଳେ ଶନିବାର ସକାଳେ ବିଞ୍ଝବାହାଲ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ବସ୍‌ ଉକ୍ତ ରାସ୍ତାଦେଇ ନୂଆ ଚାଲୁଥିବାରୁ ବେଶି ଯାତ୍ରୀ ନ ଥିଲେ । ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri