ଭାରିଯାନ ଚଳାଚଳ ବନ୍ଦ ଦାବି :ପ୍ରଶାସନ ପକ୍ଷରୁ ତ୍ରିପାକ୍ଷିକ ଆଲୋଚନା ବୈଠକ

ଛତ୍ରପୁର,୧୬ା୭(ଡି.ଏନ.ଏ)-ଛତ୍ରପୁର ବ୍ଲକ କାଳିଆବାଲି ଛକଠାରୁ ମାଟିଖାଲ ରାସ୍ତାରେ ଗୋପାଳପୁର ପୋର୍ଟର ଭାରୀଯାନ ଚଳାଚଳ ବନ୍ଦ ଓ ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଶନିବାର ଲୋକେ ରାସ୍ତା ଅବରୋଧ କରିଥିଲେ। ଏହି ପରିପ୍ରେକ୍ଷୀରେ ସୋମବାର ପ୍ରଶାସନ ପକ୍ଷରୁ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ତ୍ରିପାକ୍ଷିକ ଆଲୋଚନା ବୈଠକ ବସିଥିଲା। ଏଥିରେ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ ଅଧ୍ୟକ୍ଷତା କରିଥିଲେ। କାଳିଆବାଲି ଛକରୁ ମାଟିଖାଲ ରାସ୍ତାରେ ପୋର୍ଟକୁ ଦୈନିକ ଶତାଧିକ ଆଇରନ୍‌ ଓର୍‌ ବୋଝେଇ ଭାରିଯାନ ଯାତାୟାତ କରିବା ଫଳରେ ସ୍ଥାନୀୟ ଲୋକଙ୍କ ସୁରକ୍ଷା ପ୍ରତି ବିପଦ ରହୁଛି। ଉକ୍ତ ରାସ୍ତା ଅତ୍ୟନ୍ତ କଦର୍ଯ୍ୟ ହୋଇଗଲାଣି। ବର୍ତ୍ତମାନ ଜାତୀୟ ରାଜପଥରେ ଅଟକି ଥିବା ଶତାଧିକ ଆଇରନ୍‌ ଓର୍‌ ଭାରିଯାନ ଗାଡିକୁ ୨ ଦିନ ମଧ୍ୟରେ କେବଳ ରାତିରେ ପୋର୍ଟକୁ ଛଡାଯିବ। ୨୨ ତାରିଖରେ ପୁଣି ବୈଠକ ବସି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇ ସମାଧାନ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି କୁହାଯାଇଥିଲା ା ତେବେ ସେ ପର୍ଯ୍ୟନ୍ତ ଆଉ ଭାରିଯାନ ଆସିବା ଉପରେ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି ା କାଲିଆବାଲି-ମାଟିଖାଲ ରାସ୍ତା ପ୍ରଶସ୍ତ ହେବ। ଏଥିପାଇଁ ଆବଶ୍ୟକୀୟ ଅର୍ଥ ପୋର୍ଟ କର୍ତ୍ତୃପକ୍ଷ ଦେବେ ା ଏଥିପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗୀୟ ନିର୍ବାହୀଯନ୍ତ୍ରୀଙ୍କ ସହାୟତା ନେଇ ପୋର୍ଟ ଏକ ଡିପିଆର ପ୍ରସ୍ତୁତ କରିବେ ା ଆଗାମୀ ବୈଠକ ସୁଦ୍ଧା ଏହି କାର୍ଯ୍ୟ ସାରିବାକୁ ବୈଠକରେ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାନୀୟ କଲେଜ ଓ ସ୍କୁଲ ପିଲାମାନଙ୍କୁ ଗାଡିରେ ନେବା ଆଣିବା, ସ୍ବାସ୍ଥ୍ୟ ଶିବିର ଓ ଆଲୋକ ବ୍ୟବସ୍ଥା ଆଇଆରଇ ପକ୍ଷରୁ କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଥିଲେ। ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ତହସିଲଦାର ନୀଳମାଧବ ଭୋଇ, ଛତ୍ରପୁର ଏସଡିପିଓ ଉକତ୍ଳ କେଶରୀ ଦାଶ, ଚମାଖଣ୍ଡି ଥାନା ଆଇଆଇସି ସହଦେବ ମହାପାତ୍ର, କଣମଣା ସରପଞ୍ଚ ଏସ୍‌. ଚକ୍ରପାଣି ରେଡ୍ଡୀ, ଦିଲେଶ୍ୱର ରେଡ୍ଡୀ, ଶ୍ରୀରାମଚନ୍ଦ୍ରପୁର ନାଏବ ସରପଞ୍ଚ, କ୍ରିଷ୍ଣା ରେଡ୍ଡୀ, ଆଇଆରଇର ଜି. କେ ନାୟକ, ସୁରେଶ ଚନ୍ଦ୍ର ପାତ୍ର, ପୋର୍ଟ କର୍ତ୍ତୃପକ୍ଷ ବୈଠକରେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri