ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୨୧।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ନୂଆଗାଁ ପଞ୍ଚାୟତ ଅନ୍ତର୍ଗତ ଭଟ୍ଟପାଳ ଗାଁରେ ଶନିବାର ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ଭଟ୍ଟପାଳ ଗାଁର କାର୍ତ୍ତିକ ବେହେରା (୫୧) ।
ସୂଚନାଯୋଗ୍ୟ, କାର୍ତ୍ତିକ ସକାଳେ ଘର ନିକଟସ୍ଥ ଆଉଁଳି ନଦୀ କୂଳରେ ଥିବା ବିଲକୁ ଯାଇଥିବା ବେଳେ ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ନିକଟସ୍ଥ ବିଲରେ କାମ କରୁଥିବା ଲୋକେ ସେଠାରେ ପହଞ୍ଚିବା ପରେ ଭାଲୁ ପଳାଇଯାଇଥିଲା। ଖବରପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ତାଙ୍କୁ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ପ୍ରାଥମିକ ଚିକିତ୍ସା କରାଇଥିଲେ । ସେଠାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ମନମୋହନ ସ୍ବାଇଁ, ଫରେଷ୍ଟର କଳାକାର ପ୍ରଧାନ ଓ କର୍ମଚାରୀମାନେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା...

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri