ଭାଲୁ ମୁହଁରୁ ଉଦ୍ଧାର ହେଲା ମୃତଦେହ

ନବରଙ୍ଗପୁର,୯ା୧(ବି.ପ୍ର.)- ଜଙ୍ଗଲକୁ ଶାଳପତ୍ର ଓ ଦାନ୍ତ କାଠି ଆଣିବାକୁ ଜଣେ ବୃଦ୍ଧା ଯାଇଥିବା ବେଳେ ଭାଲୁ ହାବୁଡରେ ପଡିଥିଲେ। ଭାଲୁ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିଲା। ତେବେ ଭାଲୁଟି ମୃତଦେହ ନିକଟରେ ଜଗି ରହିଥିଲା। ଗୁରୁବାର ବନବିଭାଗ କର୍ମଚାରୀ ଓ ପୋଲିସର ମିଳିତ ଉଦ୍ୟମରେ ଭାଲୁକୁ ଘଉଡାଇ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଅଧୀନ ସିନ୍ଧିଗୁଡା ଗାଁର ଗୌରୀ ଅମନାତ୍ୟ(୭୦)। ସେ ୬ ତାରିଖରେ ଜଙ୍ଗଲକୁ ଶାଳ ପତ୍ର ଓ ଦାନ୍ତ କାଠି ପାଇଁ ଯାଇଥିଲେ। କିନ୍ତୁ ଆଉ ଘରକୁ ଫେରି ନ ଥିଲେ । ପରିବାର ଲୋକ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ପାଇ ନ ଥିଲେ । ଗୁରୁବାର ସ୍ଥାନୀୟ ଲୋକ ଜଙ୍ଗଲକୁ ଯାଇ ଖୋଜିଥିଲେ । ଗୌରୀଙ୍କ ମୃତଦେହ ପଡିଥିବା ବେଳେ ନିକଟରେ ଭାଲୁ ଜଗି ରହିଥିବା ଦେଖିବାକୁ ପାଇଥିଲେ। ଏନେଇ ରେଞ୍ଜର ଓ ନବରଙ୍ଗପୁର ଥାନାକୁ ଖବର ଦେଇଥିଲେ । ଖବର ପାଇ ଏସପି ନୀତିନ କୁସଲକର, ଥାନା ଅଧିକାରୀ ତାରିକ ଅହମ୍ମଦ, ରେଞ୍ଜର ମନୋଜ କୁମାର ପାତ୍ର, ୱାଇଲ୍ଡ ଲାଇଫ ସ୍କ୍ବାଡ ପହଞ୍ଚି ଅଖାରେ କିରୋସିନି ଢାଲି ନିଆଁ ହୁଳା ଦେଖାଇ ବାଣ ଫୁଟାଇ ଭାଲୁକୁ ଘଉଡାଇଥିଲେ । ପରେ ମୃତଦେହ ଉଦ୍ଧାର କରି ଜଙ୍ଗଲରୁ ବାହାରକୁ ଅଣାଯାଇଥିଲା । ବନବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୨୦ ହଜାର ଟଙ୍କା ତୁରନ୍ତ କ୍ଷତିପୂରଣ ଦେବା ସହ ସରକାରଙ୍କ ପକ୍ଷରୁ ରହିଥିବା ନିୟମ ପ୍ରକାରେ ଅନ୍ୟ ସହାୟତା ଯୋଗାଇ ଦିଆଯିବ ବୋଲି କୁହାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri