ଭିକାରୀ ହତ୍ୟା ଘଟଣା, ୨ ଅଭିଯୁକ୍ତ ଗିରଫ

ଖଲ୍ଲିକୋଟ,୭ା୬(ଡି.ଏନ.ଏ.)- ଖଲ୍ଲିକୋଟ କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗତ ୧୬ ତାରିଖ ରାତିରେ ଭିକାରୀ ତରେଇଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଖଲ୍ଲିିକୋଟ ଥାନା ବିକ୍ରମପୁର ଗ୍ରାମର ପ୍ରମୋଦ ରାଉଳ ଏବଂ ମୋହନପୁର ଗ୍ରାମର କାର୍ତ୍ତିକ ପରିଡ଼ା। ସେମାନଙ୍କଠାରୁ ୨ ବାଇକ୍‌, ଦୁଇଟି ଗୁଳି ଏବଂ ଗୋଟିଏ ମୋବାଇଲ ଫୋନ ଜବତ କରାଯାଇଛି। ଜମିଜମା ବ୍ୟବସାୟ ଏବଂ ପୂର୍ବ ଶତ୍ରୁତାକୁ ନେଇ ଭିକାରୀଙ୍କୁ ହତ୍ୟା କରାଯାଇଥିବା ଆଇଆଇସି ସୁନୀଲ କୁମାର ବେହେରା ସୂଚନା ଦେଇଛନ୍ତି। ଏହି ଘଟଣାରେ ଆଉ ୪ ଜଣ ଫେରାର୍‌ ଥିବା ଜଣାପଡିଛି।
ପୋଲିସ ସୂଚନା ଅନୁଯାୟୀ, ଭିକାରୀ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଲଙ୍ଗଳେଶ୍ୱରର ଜଣେ କଣ୍ଟ୍ରାକ୍ଟର। ସେ ଏକ ରାସ୍ତା କାମ କରୁଥିବା ବେଳେ ମାଟି ଚାଲାଣକୁ ନେଇ ଭିକାରୀଙ୍କ ସହ ତାଙ୍କର ଶତ୍ରୁତା ହୋଇଥିଲା। ଏପରିକି ନିକଟରେ ସରିଥିବା ନିର୍ବାଚନ ବେଳେ ଭିକାରୀ ଏବଂ ସମ୍ପୃକ୍ତ କଣ୍ଟ୍ରାକ୍ଟରଙ୍କ ଗୋଷ୍ଠୀ ମଧ୍ୟରେ ବିବାଦ ହୋଇ ଖଲ୍ଲିିକୋଟ ଥାନାରେ ଉଭୟ ପକ୍ଷରୁ ଏତଲା ଦିଆଯାଇଥିଲା। ପୂର୍ବରୁ ଭିକାରୀଙ୍କ ସହ ଅଭିଯୁକ୍ତ ପ୍ରମୋଦଙ୍କର ଜମିଜମା କିଣାବିକା ନେଇ ବିବାଦ ଥିଲା। ସେହିପରି ୨୦୧୧ରେ ଭିକାରୀଙ୍କର ଅଭିଯୁକ୍ତ କାର୍ତ୍ତିକଙ୍କ ମଧ୍ୟରେ ମାରପିଟ ହୋଇଥିଲା। ତେଣୁ ମୁଖ୍ୟ ଅଭିଯୁକ୍ତ ଜଣକ ପ୍ରମୋଦ ଓ କାର୍ତ୍ତିକଙ୍କୁ ଏକାଠି କରି ଭିକାରୀଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ମେ ୧୫ରେ ବାଲୁଗାଁ ନିକଟ ଖଡ଼ିକାପଲି ରାମେଶ୍ୱର ମନ୍ଦିରରେ ଏ ନେଇ ୩ ଅଭିଯୁକ୍ତ ଯୋଜନା ପ୍ରସ୍ତୁତ କରିଥିଲେ। ପରେ ସେମାନେ ସୁପାରିକିଲର ଡ଼ାକି ହତ୍ୟାକାଣ୍ଡ ଘଟାଇଥିବା ଜଣାପଡ଼ିଛି। ୬ ଲକ୍ଷ ଟଙ୍କାରେ ଏହା ଡିଲ୍‌ ହୋଇଥିବାର କୁହାଯାଉଛି। ମୁଖ୍ୟ ଅଭିଯୁକ୍ତ ଧରାଗଲେ ସମସ୍ତ ତଥ୍ୟ ପଦାକୁ ଆସିବ ବୋଲି ପୋଲିସ କହିଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିଲା। ଉକ୍ତ ଟିମରେ ଏସଆଇ ସିଲୁ ଧଳ, ଏଏସଆଇ ଡିଏମଆର ଦୋରାଙ୍କ ସମେତ ଅନ୍ୟ ପୋଲିସ ସାମିଲ ଥିଲେ। ଖୁବଶୀଘ୍ର ଅନ୍ୟ ଅଭିଯୁକ୍ତ ଧରାପଡ଼ିବେ ବୋଲି ଆଇଆଇସି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

ପ୍ରଥମଥର ପାଇଁ ପଞ୍ଚାୟତ ସମିତିରେ ଯୋଗଦେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ, କହିଲେ ମିଳିମିଶି କାମ କଲେ…

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ପଞ୍ଚାୟତ ସମିତି ନବମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri