Posted inଖେଳ

‘ଭିଜି’ ଟ୍ରଫି :ମୁମ୍ବାଇ ଦଳରେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ, ୭ା୮ (ପି.ଟି.)-ଆଗାମୀ ‘ଭିଜି’ ଟ୍ରଫି ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ତେନ୍ଦୁଲକର ୧୫ ଜଣିଆ ମୁମ୍ବାଇ ଦଳରେ ସ୍ଥାନ ପାଇଛନ୍ତି। ଭିଜି ଟ୍ରଫି ଆନ୍ଧ୍ର ପ୍ରଦେଶରେ ଅଗଷ୍ଟ ୨୨ରୁ ଖେଳାଯିବ। ଅର୍ଜୁନ ହେଉଛନ୍ତି ଜଣେ ବାମହାତୀ ଫାଷ୍ଟ ବୋଲର। ୫୦ ଓଭର ବିଶିଷ୍ଟ ‘ଓପନ୍‌’ ଟୁର୍ନାମେଣ୍ଟ ପାଇଁ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ମଙ୍ଗଳବାର ଏହାର ଓ୍ବେବ୍‌ସାଇଟ୍‌ରେ ଖେଳାଳି ତାଲିକା ପ୍ରକାଶ ପାଇଛି। ଅତୀତରେ ୧୯ ବର୍ଷୀୟ ଅର୍ଜୁନ ମୁମ୍ବାଇ ଟି୨୦ ଲିଗ୍‌ରେ ଖେଳିଥିଲେ। ସେ ୫ ଲକ୍ଷ ଟଙ୍କାରେ ନିଲାମ ହୋଇଥିଲେ। ଅର୍ଜୁନ ଆହୁରି ମଧ୍ୟ ଭାରତୀୟ ଦଳର ନେଟ୍ସରେ ବୋଲିଂ କରିଥାନ୍ତି।
ମୁମ୍ବାଇ ଦଳ: ହାର୍ଦ୍ଦିକ ତାମୋର (ଅଧିନାୟକ), ସୃଜନ ଆଥାଓ୍ବେଲ୍‌, ରୁଦ୍ର ଧାନ୍ଦେ, ଚିନ୍ମୟ ସୂତାର, ଅଶୟ ସରଦେଶାଇ, ସାଇରାଜ ପାଟିଲ, ଓଁକାର ଯାଦବ, ସତ୍ୟଲକ୍ଷ୍ୟ ଜୈନ, ମିନାଦ ମଞ୍ଜ୍ରେକର, ଅର୍ଜୁନ ତେନ୍ଦୁଲକର, ଅମନ ଶେରନ, ଅଥର୍ବ ପୂଜାରୀ, ମାକ୍ସଓ୍ବେଲ୍‌ ସ୍ବାମୀନାଥନ, ପ୍ରଶାନ୍ତ ସୋଲାଙ୍କି ଏବଂ ବିଘ୍ନେଶ ସୋଲାଙ୍କି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri