ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ

ପୁରୀ ଅଫିସ/ନିମାପଡ଼ା, (ଡି.ଏନ.ଏ)୧୭-୯:ନିମାପଡ଼ା ଜଳସମ୍ପଦ ବିଭାଗର କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ତାଙ୍କ ସରକାରୀ କାର୍ଯ୍ୟାଳୟ, ବାସଭବନ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଇଛି। ଏହି ସମୟରେ ୧୦ଟି ପ୍ଲଟ, ୨ଟି ଚାରି ମହଲା କୋଠା, ଏକ ଆଜବେଷ୍ଟ୍‌ସ ଘର, ୩୪ ଲକ୍ଷ ଟଙ୍କାର ଦୁଇଟି କାର୍‌, ୩ଟି ବାଇକ୍‌, ୧୪ ଲକ୍ଷ ଟଙ୍କାର ସୁନାଗହଣା, ଏଲ୍‌ଆଇସି ଏବଂ ଅନ୍ୟାନ୍ୟ କମ୍ପାନୀରେ ରହିଥିବା ୭ ଲକ୍ଷ ଟଙ୍କାର ବୀମା, ବିଭିନ୍ନ ବ୍ୟାଙ୍କରେ ଥିବା ଏକାଧିକ ଜମାଖାତା ଜବତ କରାଯାଇଛି। ଜବତ ହୋଇଥିବା ଯନ୍ତ୍ରୀ ବିଶ୍ୱାଳଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ ଦେଢ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଚଢାଉ ଜାରି ରହିଥିବା ପୁରୀ ଭିଜିଲାନ୍ସ ଡିଏସ୍‌ପି ହର ନାରାୟଣ ପତି କହିଛନ୍ତି।
ସୂଚନା ଅନୁଯାୟୀ, ଭୋର ସମୟରେ ପୁରୀ ଓ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିତ ଭାବେ ଚଢାଉ ହୋଇଥିଲା। ନିମାପଡ଼ାସ୍ଥିତ ଯନ୍ତ୍ରୀ ବିଶ୍ୱାଳଙ୍କ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସ, ନିମାପଡ଼ା ଏନ୍‌ଏସି ଅଧୀନ ଭୁବନପୁରସ୍ଥିତ ଘର, ପୁରୀ ସହରର ମଧୁବନ ୫ମ ଲେନ୍‌ ଏବଂ ସେନାପତି ବଗିଚାରେ ଥିବା କୋଠା, ବଳଙ୍ଗା ଥାନା ଅନ୍ତର୍ଗତ ବ୍ରାହ୍ମଣଖଣ୍ଡିସ୍ଥିତ ପୈତୃକ ଘର ଏବଂ ଦୀପ୍ତିଦେଉଳିସ୍ଥିତ ଶ୍ୱଶୁର ଘରେ ଏକସଙ୍ଗେ ଚଢାଉ କରାଯାଇଥିଲା। ଭୁବନେଶ୍ୱର ଭିଜିଲାନ୍ସ ଡିଏସ୍‌ପି ସୁଶାନ୍ତ ପାଣିଗ୍ରାହୀ, ଆଇଆଇସି ସରିତା ତ୍ରିପାଠୀ, ଏ.କେ. ବିରୁଆଙ୍କ ସମେତ ପୁରୀ ଡିଏସ୍‌ପି ପତି, ଆଇଆଇସି ମଦନ ମୋହନ ପ୍ରଧାନ, ଖୋର୍ଦ୍ଧା ଭିଜିଲାନ୍ସର ଆଇଆଇସି ଚନ୍ଦ୍ରକଳା ଜେନା ଏବଂ ମନୋରଞ୍ଜନ ପାଇକରାୟ ପ୍ରମୁଖ ଚଢାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri