ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର କ୍ୟାଶିୟର

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଳେଶ୍ୱର ଅଞ୍ଚଳର ଠିକାଦାର ଲୋକନାଥ ଜେନାଙ୍କ ଜମା ଟଙ୍କା ଫେରାଇ ଦେବା ପାଇଁ ସେ ୫ହଜାର ଟଙ୍କା ଲାଞ୍ଚ ନେଉଥିଲେ।
ଜିଲାର ୧୨ଟି ବ୍ଲକରେ ଜଳସେଚନ ବିଭାଗର ଅନେକ କାମ ହାତକୁ ନିଆଯାଇଛି। ଏସବୁ କାର୍ଯ୍ୟ ପାଇଁ ଠିକାଦାରମାନେ ମୁଖ୍ୟତଃ ବାଲେଶ୍ୱର ଜଳସେଚନ ବିଭାଗ ଉପରେ ନିର୍ଭର କରିଥାନ୍ତି। ଠିକାଦାରମାନେ ଟେଣ୍ଡର ପକାଇବାଠାରୁ କାର୍ଯ୍ୟ ଶେଷ କରିବା ପର୍ଯ୍ୟନ୍ତ କନିଷ୍ଠଯନ୍ତ୍ରୀଙ୍କଠାରୁ ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପରେ ନିର୍ଭର କରନ୍ତି। ଟେଣ୍ଡର ପକାଇ ମନୋନୀତ ହେବା ପରେ କାର୍ଯ୍ୟ ପାଇଁ ଡିପୋଜିଟ୍‌ ହେଉଥିବା ଟଙ୍କା କାର୍ଯ୍ୟ ଶେଷ ହେବା ପରେ ଫେରାଇ ଦେବା ପାଇଁ ଅଧିକ ଟଙ୍କା ଲାଞ୍ଚ ମାଗିବାରୁ ଠିକାଦାର ଜେନା ଭିଜିଲାନ୍ସର ସହାୟତା ନେଇଥିଲେ। ଭିଜିଲାନ୍ସ ଯୋଜନା ଅନୁସାରେ ଜେନା କ୍ୟାଶିୟର ରାଉତଙ୍କୁ ଟଙ୍କା ଦେଉଥିବା ବେଳେ ଭିଜିଲାନ୍ସ ଚଢ଼ାଉ କରି ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri