ଭିଜିଲାନ୍ସ ଜାଲରେ ମାଣିପୁର ଆର୍‌ଆଇ କାର୍ଯ୍ୟାଳୟ ପିଅନ: ଜମି ମ୍ୟୁଟେଶନ ପାଇଁ ନେଉଥିଲେ ଲାଞ୍ଚ

ଢେଙ୍କାନାଳ ଅଫିସ/କଟକ ଅଫିସ, ୨୮|୬-ଜମି ମ୍ୟୁଟେଶନ ପାଇଁ ୧୨୦୦ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ କଲେଜ ନିକଟ ମାଣିପୁର ଆର୍‌ଆଇ କାର୍ଯ୍ୟାଳୟର ପିଅନ ଅଜୟ କୁମାର ପଟ୍ଟନାୟକ (୪୮)। ଏ ନେଇ ଭିଜିଲାନ୍ସ ପକ୍ଷରୁ ନଂ. ୧୫/୧୯ରେ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତଙ୍କୁ ଢେଙ୍କାନାଳ ଭିଜିଲାନ୍ସ ଅଦାଲତରେ କୋର୍ଟ ଚାଲାଣ କରାଯିବ ବୋଲି ଭିଜିଲାନ୍ସ ଶାଖା ଡିଏସ୍‌ପି ପ୍ରସନ୍ନ କୁମାର ସିହ୍ନା ସୂଚନା ଦେଇଛନ୍ତି।
ସିଆରିଆ ଗ୍ରାମର ଚିନ୍ତାମଣି ମହାନ୍ତି ମେ ମାସରେ ଗ୍ରାମରେ ୫ ଡେସିମିଲ ଜାଗା କିଣିଥିଲେ। ଏହାର ପଟ୍ଟା କରିବା ଲାଗି ମ୍ୟୁଟେଶନର ଆବଶ୍ୟକତା ପଡ଼ିଥିଲା। ଏଥିଲାଗି ସେ ବାରମ୍ବାର ଆର୍‌ଆଇ କାର୍ଯ୍ୟାଳୟକୁ ଯାଇ ନିରାଶ ହୋଇଥିଲେ। ହେଲେ ୧୨୦୦ଟଙ୍କା ଲାଞ୍ଚ ଦେଲେ ମ୍ୟୁଟେଶନ କରାଇଦେବେ ବୋଲି ଅଜୟ କହିଥିଲେ। ଏହାପରେ ଚିନ୍ତାମଣି ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଏହାପରେ ଅଜୟଙ୍କୁ ଧରିବାକୁ ଜାଲ ବିଛାଇଥିଲା ଭିଜିଲାନ୍ସ। ଯୋଜନା ମୁତାବକ ଗୁରୁବାର ଚିନ୍ତାମଣିଙ୍କଠାରୁ ୧୨୦୦ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ ଅଜୟଙ୍କୁ ମାଡ଼ି ବସିଥିଲେ। କୁଞ୍ଜକାନ୍ତସ୍ଥିତ ଅଜୟ ରହୁଥିବା ଘର, ସଦର ଥାନା ଗୋବିନ୍ଦପୁର ଫାଣ୍ଡି ନଡିଆଳି ପଞ୍ଚାୟତର ରେଗେଡ଼ାସ୍ଥିତ ତାଙ୍କ ପୈତୃକ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏଥିସହ ଜମିଜମା ମ୍ୟୁଟେଶନ ସମ୍ପର୍କିତ କାଗଜପତ୍ର ଯାଞ୍ଚ କରାଯାଇଛି। ଇନ୍ସପେକ୍ଟର ସୁଶାନ୍ତ ମିଶ୍ର, କର୍ମଚାରୀ ଶ୍ରୀନିବାସ ବିଶ୍ୱାଳ, ପ୍ରଦୀପ ପାତ୍ର ପ୍ରମୁଖ ଚଢ଼ାଉରେ ସାମିଲ ହୋଇଥିଲେ।
ସେହିପରି ୧୨ ହଜାର ଟଙ୍କା ଲାଞ୍ଚ ନେବାବେଳେ ଓଡ଼ିଶା ବନ ଉନ୍ନୟନ ନିଗମ ଅଧୀନରେ ଥିବା କଣ୍ଟାମାଳ କେନ୍ଦୁପତ୍ର ଉପଖଣ୍ଡର ପରିଚାଳକ ବିକ୍ରମ କୁମାର ସାହୁଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି। କଣ୍ଟାମାଳ ଥାନା ଅଧୀନ ରୁଣ୍ଡିମହୁଲ ଗ୍ରାମର ସତ୍ୟନାରାୟଣ ଖଟୁଆଙ୍କଠାରୁ ସାହୁ ଏହି ଲାଞ୍ଚଟଙ୍କା ଗ୍ରହଣ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri