ଭିଡ଼ିଓ କନଫେରେନ୍ସିଂରେ ଅଧିକାରୀଙ୍କୁ ପରାମର୍ଶ ଦେଲେ ଜିଲାପାଳ

ବରଗଡ଼ ଅଫିସ୍‌,୧୭।୪-ଲକ୍‌ ଡାଉନ୍‌ର ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକାରୀତା ଓ ନିୟମାବଳୀ ଉପରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଶୁକ୍ରବାର ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଜିଲାର ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ (ବିଡ଼ିଓ), ତହସିଲଦାର, ସମନ୍ବିତ ଶିଶୁ ବିକାଶ ଅଧିକାରୀ (ସିଡ଼ିପିଓ), ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ମାନଙ୍କୁ ପରାମର୍ଶ ଦେଇଛନ୍ତି । ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଜୀବନ ଜୀବିକାରେ କିଛି ସହଯୋଗ ମିଳିବା ପାଇଁ ଛୋଟଛୋଟ ଦଳରେ ସାମାଜିକ ରକ୍ଷା କରି ଏବଂ ମାସ୍କ ବ୍ୟବହାର ପୂର୍ବକ ମହତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଅନ୍ତର୍ଗତ ପାନୀୟଜଳ ପ୍ରକଳ୍ପ, ଜଳସେଚନ, ଗ୍ରାମ୍ୟ ଗୃହ ନିର୍ମାଣ ଆଦି କାର୍ଯ୍ୟ ଚାଲୁ ରଖିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଯେଭଳି କୌଣସି ଲୋକ ଭୋକିଲା ନ ରୁହନ୍ତି, ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି । ଏହା ସହିତ ପଞ୍ଚାୟତସ୍ତରରେ ଅସହାୟ, ଗରୀବ ଶ୍ରେଣୀର ଲୋକମାନଙ୍କୁ ଦିଆଯାଉଥିବା ରନ୍ଧାଖାଦ୍ୟ, ରାଶନ ସାମଗ୍ରୀର ଗୁଣବତ୍ତା ଯେଭଳି ଠିକ୍‌ ରହିବ, ସେଥିପ୍ରତି ମଧ୍ୟ ଦୃଷ୍ଟି ଦେବାକୁ ସେ ପରାମର୍ଶ ଦେଇଛନ୍ତି । ଏଠାରେ ରହିଥିବା ବାହ୍ୟରାଜ୍ୟର ଶ୍ରମିକଙ୍କୁ ଠିକ୍‌ଭାବେ ଖାଦ୍ୟ ଯୋଗାଣ, ସ୍ବୟ ସହାୟକ ଗୋଷ୍ଠି(ଏସଏଚଜି) ରାନ୍ଧୁଥିବା ଖାଦ୍ୟର ଗୁଣମାନ ଯାଞ୍ଚ, ମୁହଁରେ ମାସ୍କ ବାନ୍ଧିବା, ସାମାଜିକ ଦୂରତ୍ୱ ଅବଳମ୍ବନ କରିବା, ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବା ଉପରେ ମଧ୍ୟ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି । ସାଧାରଣ ବଣ୍ଟନ ବ୍ୟବସ୍ଥା(ପିଡିଏସ) ସାମଗ୍ରୀ ବଣ୍ଟନ, ହାଟ, ବଜାର, ବ୍ୟାଙ୍କ ଆଦି ସ୍ଥାନରେ ଯେଭଳି ଭିଡ଼ ନ ଜମେ, ସେଥିପ୍ରତି ମଧ୍ୟ ବିହିତ ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତ୍ୟେକ କ୍ଷେତ୍ରରେ ପାନୀୟଜଳ ବ୍ୟବସ୍ଥାକୁ ନିଶ୍ଚିତ କରିବା, ଛାତ୍ରୀଛାତ୍ରଙ୍କ ଘରକୁ ପାଠ୍ୟପୁସ୍ତକ ପହଞ୍ଚାଇବା, ଆବଶ୍ୟକ ସ୍ଥାନରେ ପଞ୍ଚାୟତ, ପୌର ପରିଷଦ ପକ୍ଷରୁ ପାନୀୟଜଳ ବ୍ୟବସ୍ଥା କରିବା, ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ଗାଡ଼ିରେ ଯାତ୍ରୀ ପରିବହନ ନ କରିବା ଉପରେ ଗୁରୁତ୍ୱ ଦେବା ସହିତ ଲକ୍‌ ଡାଉନ କଟକଣା ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଘରୋଇ ହିଂସାକୁ ରୋକିବା ପାଇଁ ମହିଳାମାନେ ଏହି ସମୟରେ ହ୍ବାଟ୍ସଆପ୍‌ ନମ୍ବର ୭୨୦୫୦୦୬୦୩ରେ ଯୋଗାଯୋଗ କରି ପାରିବେ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri