ଭିଡ଼ିଓ କନଫେରେନ୍ସିଂରେ ବରଗଡ଼ କୋଭିଡ୍‌-୧୯ ହସ୍‌ପିଟାଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ହୋଇଥିବା କୋଭିଡ୍‌-୧୯ ହସପିଟାଲକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି କୋଭିଡ୍‌-୧୯ ହସପିଟାଲଟି ୨୦୦ ଶଯ୍ୟା ବିଶିଷ୍ଟ ହୋଇଥିବାବେଳେ ସରକାରୀ ପଲିଟେକନିକ୍‌ କେନ୍ଦ୍ରରେ କୋଭିଡ୍‌ ସେବାକେନ୍ଦ୍ର ୧୦୦ ଶଯ୍ୟା ବିଶିଷ୍ଟ ଏବଂ ଜନନୀ ଓ ଶିଶୁ ଚିକିତ୍ସାଳୟ କୋଠାରେ କୋଭିଡ୍‌ ଚିକିତ୍ସାଳୟ ୧୦୦ ଶଯ୍ୟା ବିଶିଷ୍ଟ ହୋଇଛି । ଏଠାରେ ୮ଟି ଆଇସିୟୁ ମଧ୍ୟ ରହିଛି । ବରଗଡ଼ର ବିକାଶ ମଲ୍ଟି ସ୍ପେଶିଆଲିଟି ହସପିଟାଲ ଦ୍ୱାରା ଏହା ପରିଚାଳିତ ହେଉଥିବାବେଳେ ଭାରତୀୟ ତୈଳ ନିଗମ(ଆଇଓସିଏଲ) ଏଥିପାଇଁ ଆବଶ୍ୟକ ଅନୁଦାନ ଯୋଗାଇ ଦେଇଛି । ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ, ପାରା ମେଡ଼ିକାଲ ଷ୍ଟାଫ, ସମସ୍ତ ପ୍ରକାର ସୁରକ୍ଷା ଉପକରଣ, ବର୍ଜ୍ୟବସ୍ତୁ ପରିଚାଳନା, ଜରୁରୀକାଳୀନ ସେବା, ସଫେଇ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ପାଥୋଲ୍ୟାବ, ରେଡ଼ିଓଲୋଜି କେନ୍ଦ୍ର ଆଦି ସମସ୍ତ ପ୍ରକାର ସୁବିଧା ଥାଇ ଏହି କୋଭିଡ୍‌ ହସପିଟାଲ କେବଳ କରୋନା ରୋଗୀଙ୍କ ପାଇଁ ଲୋକାର୍ପିତ ହୋଇଛି । ଏଠାରେ ୨୪ଘଣ୍ଟିଆ ସ୍ବାସ୍ଥ୍ୟସେବାର ବ୍ୟବସ୍ଥା ରହିଛି । ଏକ ସଙ୍ଗରୋଧ ଜୋନ୍‌ ସହିତ ସଙ୍କଟକାଳୀନ ରୋଗୀଙ୍କ ପାଇଁ ଅଲଗା ବ୍ୟବସ୍ଥା କରାଯାଇଛି । ଲୋକାର୍ପଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରହଲ୍ଲାଦ ଯୋଶୀ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ, ୫-ଟି ସଚିବ ଭି.କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ଲୋକାର୍ପଣ ସମୟରେ ବରଗଡ଼ କୋଭିଡ୍‌ ହସପିଟାଲରେ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବିଭୁତି ଭୂଷଣ ମେହେର, ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ, ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ଏସପି ପଦ୍ମିନୀ ସାହୁ, ବିକାଶ ଗ୍ରୁପର ଚେୟାରମ୍ୟାନ ଡି.ମୂରଲୀକ୍ରୀଷ୍ଣା ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri