ଭିଡ଼ିଓ କନଫେରେନ୍ସିଂରେ ବରଗଡ଼ କୋଭିଡ୍‌-୧୯ ହସ୍‌ପିଟାଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ହୋଇଥିବା କୋଭିଡ୍‌-୧୯ ହସପିଟାଲକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି କୋଭିଡ୍‌-୧୯ ହସପିଟାଲଟି ୨୦୦ ଶଯ୍ୟା ବିଶିଷ୍ଟ ହୋଇଥିବାବେଳେ ସରକାରୀ ପଲିଟେକନିକ୍‌ କେନ୍ଦ୍ରରେ କୋଭିଡ୍‌ ସେବାକେନ୍ଦ୍ର ୧୦୦ ଶଯ୍ୟା ବିଶିଷ୍ଟ ଏବଂ ଜନନୀ ଓ ଶିଶୁ ଚିକିତ୍ସାଳୟ କୋଠାରେ କୋଭିଡ୍‌ ଚିକିତ୍ସାଳୟ ୧୦୦ ଶଯ୍ୟା ବିଶିଷ୍ଟ ହୋଇଛି । ଏଠାରେ ୮ଟି ଆଇସିୟୁ ମଧ୍ୟ ରହିଛି । ବରଗଡ଼ର ବିକାଶ ମଲ୍ଟି ସ୍ପେଶିଆଲିଟି ହସପିଟାଲ ଦ୍ୱାରା ଏହା ପରିଚାଳିତ ହେଉଥିବାବେଳେ ଭାରତୀୟ ତୈଳ ନିଗମ(ଆଇଓସିଏଲ) ଏଥିପାଇଁ ଆବଶ୍ୟକ ଅନୁଦାନ ଯୋଗାଇ ଦେଇଛି । ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ, ପାରା ମେଡ଼ିକାଲ ଷ୍ଟାଫ, ସମସ୍ତ ପ୍ରକାର ସୁରକ୍ଷା ଉପକରଣ, ବର୍ଜ୍ୟବସ୍ତୁ ପରିଚାଳନା, ଜରୁରୀକାଳୀନ ସେବା, ସଫେଇ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ପାଥୋଲ୍ୟାବ, ରେଡ଼ିଓଲୋଜି କେନ୍ଦ୍ର ଆଦି ସମସ୍ତ ପ୍ରକାର ସୁବିଧା ଥାଇ ଏହି କୋଭିଡ୍‌ ହସପିଟାଲ କେବଳ କରୋନା ରୋଗୀଙ୍କ ପାଇଁ ଲୋକାର୍ପିତ ହୋଇଛି । ଏଠାରେ ୨୪ଘଣ୍ଟିଆ ସ୍ବାସ୍ଥ୍ୟସେବାର ବ୍ୟବସ୍ଥା ରହିଛି । ଏକ ସଙ୍ଗରୋଧ ଜୋନ୍‌ ସହିତ ସଙ୍କଟକାଳୀନ ରୋଗୀଙ୍କ ପାଇଁ ଅଲଗା ବ୍ୟବସ୍ଥା କରାଯାଇଛି । ଲୋକାର୍ପଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରହଲ୍ଲାଦ ଯୋଶୀ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ, ୫-ଟି ସଚିବ ଭି.କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ । ସେହିପରି ଲୋକାର୍ପଣ ସମୟରେ ବରଗଡ଼ କୋଭିଡ୍‌ ହସପିଟାଲରେ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବିଭୁତି ଭୂଷଣ ମେହେର, ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ, ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ଏସପି ପଦ୍ମିନୀ ସାହୁ, ବିକାଶ ଗ୍ରୁପର ଚେୟାରମ୍ୟାନ ଡି.ମୂରଲୀକ୍ରୀଷ୍ଣା ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri