ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ ନବୀନ ଏକ ନମ୍ବର ସ୍ଥାନ ଅକ୍ତିଆର କରିଛନ୍ତି। ଭିଡିପି ଆସୋସିଏଟ ପକ୍ଷରୁ କରାଯାଇଥିବା ସର୍ଭେରୁ ଏହା ଜଣାପଡିଛି। ବିଜେଡି ପକ୍ଷରୁ ଶନିବାର ଗଣମାଧ୍ୟମକୁ ଏ ସମ୍ପର୍କରେ ଅବଗତ କରାଯାଇଛି। ନବୀନ ସର୍ବାଧିକ ୮୨ ପଏଣ୍ଟ ପାଇଥିବା ବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୭୨ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ ୭୧ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହିଛନ୍ତି।

ସେହିପରି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ୬୮, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ୬୫, ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ୬୨, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ୬୦ ପଏଣ୍ଟ ସହ ଯଥାକ୍ରମେ ଚତୁର୍ଥରୁ ସପ୍ତମ ସ୍ଥାନରେ ରହିଛନ୍ତି। ସେହିଭଳି ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ୫୯, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ ୫୭, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୫୪ ପଏଣ୍ଟ ପାଇଛନ୍ତି। ଅପରପକ୍ଷରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୫୨, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ୫୦ ଏବଂ ତାଲିକାର ଶେଷରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.ପାଲାନିସ୍ବାମୀ ରହିଛନ୍ତି। ଏହି ସର୍ଭେରେ ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନରେ ଭଲ ଏବଂ ହାରାହାରି ଭାବେ ଖୁସି ଥିବା ବ୍ୟକ୍ତିବିଶେଷଙ୍କ ମତାମତକୁ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri