ଭିତ୍ତିପ୍ରସ୍ତର ସ୍ଥାପନର ୫ମାସ ବିତିଲା : ଏ ଯାଏଁ ଆରମ୍ଭ ହୋଇନି ବିଜ୍ଞାନ କେନ୍ଦ୍ର ନିର୍ମାଣ କାର୍ଯ୍ୟ

ଖଣ୍ଡପଡା,୧୦।୮(ସ୍ବ.ପ୍ର.): ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତା ଉମାଦେବୀ ଛକ ନିକଟରେ ଏକ ବିଜ୍ଞାନକେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଏ ମଧ୍ୟରେ ଦୀର୍ଘ ୫ମାସ ବିତିଯାଇଥିଲେ ମଧ୍ୟ ନିର୍ମାଣ କାମ ଆରମ୍ଭ ହୋଇନାହିଁ। ସତେ ଯେପରି ନିର୍ମାଣ କାର୍ଯ୍ୟ ସୂଚନାଫଳକରେ ଅଟକି ରହିଛି । ଉକ୍ତ ପ୍ରକଳ୍ପ ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୫.୬୮କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମାତ୍ର ପ୍ରଶାସନିକ ସ୍ଥାଣୁତା ଯୋଗୁ ପ୍ରସ୍ତାବିତ ସ୍ଥାନରେ ଉକ୍ତ ବିଜ୍ଞାନକେନ୍ଦ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରୁ ନ ଥିବା ଅଭିଯୋଗ ହେଉଛି। ଏ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।
ସୂଚନାଯୋଗ୍ୟ, ଖଣ୍ଡପଡ଼ା ତହସିଲ କାର୍ଯ୍ୟାଳୟ ପକ୍ଷରୁ ନୂତନ ବିଜ୍ଞାନ କେନ୍ଦ୍ର ନିମନ୍ତେ ୫.୫ ଏକର ଜାଗା ଚିହ୍ନଟ କରାଯାଇ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯାଇଛି । ଭୁବନେଶ୍ୱର ଇଡକୋ କର୍ତ୍ତୃପକ୍ଷଙ୍କ ଉପରେ ବିଜ୍ଞାନ କେନ୍ଦ୍ର ନିର୍ମାଣ ନିମନ୍ତେ ଦାୟିତ୍ୱ ନ୍ୟସ୍ତ କରାଯାଇଥିବା ପ୍ରଶାସନ ସୂତ୍ରରୁ ଜଣାପଡିଛି । ୨୦୧୯ ମାର୍ଚ୍ଚ ୪ ତାରିଖରେ ଖଣ୍ଡପଡାଠାରେ ବିଜ୍ଞାନ କେନ୍ଦ୍ର ନିର୍ମାଣ ନିମନ୍ତେ ତତ୍କାଳୀନ ବିଧାୟକ ଅନୁଭବ ପଟ୍ଟନାୟକଙ୍କ ଦ୍ୱାରା ପ୍ରସ୍ତାବିତ ସ୍ଥାନରେ ଭିତ୍ତିପ୍ରସ୍ତର ଉସତ୍ବ ଅନୁଷ୍ଠିତ ହୋଇଥିଲା । ଏହି ଉସତ୍ବରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ । ଖୁବ ଶୀଘ୍ର ବିଜ୍ଞାନ କେନ୍ଦ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ପ୍ରଶାସନିକ ଅଧିକାରୀମାନେ ପ୍ରତିଶ୍ରୁତି ଦେଇଥିଲେ ହେଁ ଭିତ୍ତିପ୍ରସ୍ତର ସ୍ଥାପନର ୫ମାସ ପରେ ବି ପ୍ରସ୍ତାବିତ ସ୍ଥାନରେ ବିଜ୍ଞାନ କେନ୍ଦ୍ର ନିର୍ମାଣର ଅଗ୍ରଗତି ହୋଇ ପାରିନାହିଁ । ଅପରପକ୍ଷେ ରାଜ୍ୟ ସରକାର ବିଜ୍ଞାନ କେନ୍ଦ୍ର ନିର୍ମାଣ ନିମନ୍ତେ ମଞ୍ଜୁର କରିଥିବା ଅନୁଦାନ ଅର୍ଥ ଇଡ୍‌କୋ କର୍ତ୍ତୃପକ୍ଷଙ୍କ ନିକଟରେ ପଡି ରହିଥିବା ଜଣାପଡ଼ିଛି । ତେଣୁ ଖଣ୍ଡପଡ଼ାଠାରେ ପ୍ରସ୍ତାବିତ ସ୍ଥାନରେ ତୁରନ୍ତ ବିଜ୍ଞାନ କେନ୍ଦ୍ର ନିର୍ମାଣ ନିମନ୍ତେ ଜିଲା ପ୍ରଶାସନ, ଇଡ୍‌କୋ ଉଚ୍ଚ କର୍ତ୍ତୃପକ୍ଷ ଓ ସ୍ଥାନୀୟ ବିଧାୟକ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri