ଭିତ୍ତିଭୂମି ନାହିଁ, ଶିକ୍ଷାଦାନ ବାଧାପ୍ରାପ୍ତ

ଛେଣ୍ଡିପଦା,୧୪।୩(ସ୍ବ.ପ୍ର.)

ଏକଦା ଶିକ୍ଷାକ୍ଷେତ୍ରରେ ନାଁ କମାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ ପୁରାତନ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବେ ନାନା ସମସ୍ୟାରେ ଗତି କରୁଛି। ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା ପ୍ରତି ଗୁରୁତ୍ୱ ଦିଆଯାଉ ନ ଥିବା ସହ ଆବଶ୍ୟକ କର୍ମଚାରୀ ନ ଥିବାରୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରତିଷ୍ଠାନ ପକ୍ଷରୁ ଜିଲାପାଳଙ୍କଠାରେ ଅଭିଯୋଗ ପତ୍ର ପ୍ରଦାନ କରାଯାଇଛି।
ଅଭିଯୋଗରୁ ଜଣାଯାଏ, ଏହି ପୁରାତନ ପ୍ରତଷ୍ଠାନରୁ ଶିକ୍ଷା ଲାଭ କରି ରାଜ୍ୟର ବହୁ ଛାତ୍ରୀଛାତ୍ର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ କରୁଛନ୍ତି। ଅନୁଗୋଳ ଜିଲାର ଏହା ଏକମାତ୍ର ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ହୋଇଥିବା ବେଳେ ଏଠାରେ ଆବଶ୍ୟକୀୟ ଭିତ୍ତିଭୂମି ନାହିଁ। ବିଭାଗୀୟ ଓ ରାଜନୈତିକ ଅବହେଳା ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି। ପ୍ରତିଷ୍ଠାନରେ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ଚଳିତ ବର୍ଷ ୧୮୭ ଜଣ ଗୁରୁ ଛାତ୍ରୀଛାତ୍ର ପ୍ରଶିକ୍ଷଣ ନେଉଛନ୍ତି। ହେଲେ ଅବହେଳାର ଶିକାର ହୋଇ ସମସ୍ୟାରେ ଗତି କରୁଥିବା ଏହି ପ୍ରତିଷ୍ଠାନରେ ଉଚ୍ଚମାନର ତଥା ଗୁଣାତ୍ମକ ଶିକ୍ଷାଦାନରୁ ଛାତ୍ରୀଛାତ୍ର ଏକପ୍ରକାର ବଞ୍ଚିତ ହେଉଛନ୍ତି। ବିଦ୍ୟାଳୟର ଶ୍ରେଣୀଗୃହ, ଛାତ୍ରାବାସ, ଶୌଚାଳୟ, ପାଚେରି ଓ ପିଇବା ପାଣି ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ସାଇକେଲ ଷ୍ଟାଣ୍ଡ ନ ଥିବାରୁ ଛାତ୍ରୀଛାତ୍ର ଏଣେତେଣେ ସାଇକେଲ ରଖୁଛନ୍ତି। ଏପରିକି ଶୌଚାଳୟ ନ ଥିବାରୁ ଛାତ୍ରମାନେ ଖୋଲା ପଡିଆକୁ ଶୌଚ ହେବାକୁ ଯାଉଛନ୍ତି। ପୁରୁଣା ଆଜବେଷ୍ଟସ ଛପର ଘର ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଶ୍ରେଣୀ ଗୃହର ଅଭାବ ରହିଛି। ୨୦୧୧ରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ପ୍ରଶାସନିକ ଗୃହ କାନ୍ଥ ଫାଟି ସିମେଣ୍ଟ ଖସୁଥିଲେ ମଧ୍ୟ ସେଠାରେ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। କର୍ମଚାରୀ, ଛାତ୍ରୀନିବାସ ସୁପରିଣ୍ଟେଣ୍ଡେଣ୍ଟ ଓ ଛାତ୍ରୀଛାତ୍ରଙ୍କ ନିମନ୍ତେ ମଲ୍ଟି ପ୍ରପୋଜ ଗୃହର ଆବଶ୍ୟକତା ରହିଛି। ଏ ସବୁର ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ ପ୍ରତିଷ୍ଠାନର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଦାଶ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri