ଭିତ୍ତିଭୂମିରେ ଖର୍ଚ୍ଚ ହେବ ୧୦୨ ଲକ୍ଷ କୋଟି

ନୂଆଦିଲ୍ଲୀ,୧-୧: ଦେଶର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପରେ କେନ୍ଦ୍ର ସରକାର ୧୦୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଖର୍ଚ୍ଚ କରିବେ। ମଙ୍ଗଳବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ୧୦୨ ଲକ୍ଷ କୋଟି ଟଙ୍କାର ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହାକୁ ନ୍ୟାଶନାଲ ଇନଫ୍ରାଷ୍ଟ୍ରକଚର ପାଇପଲାଇନ(ଏନ୍‌ଆଇପି) ଅଧିନରେ ଆରମ୍ଭ କରାଯାଇଛି। ୨୦୨୫ ସୁଦ୍ଧା ଦେଶର ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାରରେ ରୂପାନ୍ତରିତ କରିବା ଦିଗରେ ଏଭଳି ପଦକ୍ଷେପ ସହାୟତା କରିବ ବୋଲି ସୀତାରାମନ ଏହି ଅବସରରେ ସୂଚନା ଦେଇଛନ୍ତି।
ସୀତାରାମନ କହିଛନ୍ତି ଯେ, ଏହି ପ୍ରକଳ୍ପଗୁଡିକୁ ଆଗାମୀ ୫ ବର୍ଷରେ କାର୍ଯ୍ୟାନ୍ବୟନ କରାଯିବ। ଭିତ୍ତିଭୂମି କ୍ଷେତ୍ରକୁ ଅଗ୍ରାଧିକାର ସୂରୂପ କେନ୍ଦ୍ର ସରକାର ଏଭଳି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ସ୍ବାଧୀନତା ଦିବସ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିତ୍ତିଭୂମିରେ ୧୦୦ ଲକ୍ଷ କୋଟି ନିବେଶ ନେଇ କହିଥିଲେ। ଏହା ପରେ ଏଥିଲାଗି ଗଠିତ ଟାସ୍କଫୋର୍ସ ୧୦୨ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ନେଇ ପ୍ରକ୍ରିୟା ଆରମ୍ଭ କରିଥିଲା। ୪ ମାସ ମଧ୍ୟରେ ୭୦ ଅଂଶୀଦାରଙ୍କଠାରୁ ଏ ସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗ ଉପରେ ସରକାର ପରାମର୍ଶ ଗ୍ରହଣ କରିଥିବା ସୀତାରାମନ ମତ ଦେଇଛନ୍ତି।
ଏହି ଆଧାରରେ ଅତିରିକ୍ତ ୩ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ଯୋଡି ହେବ ବୋଲି ସେ ମତ ରଖିଛନ୍ତି। ଗତ ୬ ବର୍ଷ ମଧ୍ୟରେ କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ ୫୧ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟ ଶେଷ କରାଯାଇଛି। ଆଗକୁ ଆସିବାକୁ ଥିବା ପ୍ରକଳ୍ପ ମଧ୍ୟରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସ୍ତରରେ ୩୯% କାର୍ଯ୍ୟକ୍ରମ ହାତକୁ ନିଆଯିବ। ବଳକା ୨୨% ଘରୋଇ କ୍ଷେତ୍ର ଦ୍ୱାରା ହେବ ବୋଲି ସୀତାରାମନ ସ୍ପଷ୍ଟ କରିଛନ୍ତି। ପ୍ରକଳ୍ପଗୁଡିକ ଶକ୍ତି, ରେଳ, ସହର ବିକାଶ, ଜଳସେଚନ, ମୋବିଲିଟି, ଶିକ୍ଷା ଏବଂ ସ୍ବାସ୍ଥ୍ୟ ଭଳି କ୍ଷେତ୍ରରେ ହେବ। ଶକ୍ତି କ୍ଷେତ୍ର ଲାଗି ଆଗାମୀ ଦିନରେ ୨୫ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟ ହାତକୁ ନିଆଯିବ। ରାଜପଥ ଲାଗି ୨୦ ଲକ୍ଷ କୋଟି ଏବଂ ପ୍ରାୟ ୧୪ ଲକ୍ଷ କୋଟି ରେଳପଥର ବିକାଶ ଦିଗରେ ଖର୍ଚ୍ଚ କରାଯିବ। ନବୀକରଣ ଯୋଗ୍ୟ ଶକ୍ତି କ୍ଷେତ୍ର, ରେଳ, ସହର ବିକାଶ, ଜଳସେଚନ, ଡିଜିଟାଲ ଭଳି ଅନ୍ୟ କ୍ଷେତ୍ରକୁ ସରକାର ପ୍ରାଥମିକତା ଦେଉଥିବା ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri