Posted inଜାତୀୟ

ଭିନ୍ନ ଲୁକ୍‌ରେ ତେଜ ପ୍ରତାପ: ଟୁଇଟରରେ ଶେୟାର କଲେ ଫଟୋ

ପାଟନା,୧୧।୧୨: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପଙ୍କୁ ସବୁବେଳେ ଭିନ୍ନ ଭିନ୍ନ ରୂପରେ ଦେଖିବାକୁ ମିଳେ। କେତେବେଳେ ଶିବ ତ କେତେବେଳେ କୃଷ୍ଣ ବେଶରେ ନଜର ଆସିଥାନ୍ତି। ରାଜନୀତିଠାରୁ ଢ଼େର ଅଧିକ ନିଜର ବେଶଭୂଷା ପାଇଁ ସେ ଚର୍ଚ୍ଚାରେ ରହିଥାନ୍ତି। ଏବେ ପୁଣି ତାଙ୍କୁ ଆଉ ଏକ ରୂପରେ ଦେଖିବାକୁ ମିଳିଛି। ତେଜ ପ୍ରତାପ ଟୁଇଟରରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ସେ ଲମ୍ବା କେଶ, ମୁଣ୍ଡରେ ଚନ୍ଦନ ଟିପା ସାଗୁଆ ରଙ୍ଗର ଏକ ଟୋପି ପିନ୍ଧିଥିବା ନଜର ଆସିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ତେଜ ପ୍ରତାପ ଯୋଗଦେଇଥିଲେ। ଏହି ବୈଠକରେ ବିହାର ବିଧାନସଭା ନିର୍ବାଚନ ପାଇଁ ଆରଜେଡିର ପ୍ରସ୍ତୁତିକୁ ନେଇ ଆଲୋଚନା ହୋଇଥିଲା। ଆସନ୍ତା ବର୍ଷ ତେଜସ୍ବୀ ଯାଦବଙ୍କୁ ଦଳ ନିର୍ବାଚନ ମଇଦାନରେ ଓହ୍ଲାଇବାକୁ ଯୋଜନା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଲେଓ଼୍ବ ଭର୍ତ୍ତି ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ରେଳମନ୍ତ୍ରୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୬: ନୂଆଦିଲ୍ଲୀରେ ଶୁକ୍ରବାର ଇଣ୍ଡିଆନ ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇ ନିଯୁକ୍ତି ବୋର୍ଡ (RRB) ର ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏକ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri