ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ ଯୁବକଙ୍କୁ ବାନ୍ଧିଛି ପୋଲିସ । ଏସପିଙ୍କ ନିର୍ଦ୍ଦେଶ କ୍ରମେ ଆନନ୍ଦପୁର ଏସଡିପିଓ କମଳ କୁମାର ପଣ୍ଡାଙ୍କ ନେତୃତ୍ୱରେ ପୋଲିସର ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା । ଶେଷରେ ଅଭିଯୁକ୍ତ ବଳରାମ ହୋ ଓରଫ କାବୁ (୨୮ ବର୍ଷ)କୁ ପୋଲିସ ବାହାର ରାଜ୍ୟରୁ ଗୁରୁବାର ଗିରଫ କରିଥିବା ଏସଡିପିଓ କହିଛନ୍ତି ।

ଏସଡିପିଓଙ୍କ କହିବା ଅନୁସାରେ, ଅଭିଯୁକ୍ତ କିଛି ମାସ ପୂର୍ବରୁ ତାମିଲନାଡୁ ପଳାଇ ଥିଲା । ପୋଲିସ ଟିମ ବାହାର ରାଜ୍ୟକୁ ଯାଇ ଅଭିଯୁକ୍ତକୁ ଗିରଫ କରିଛି । ସୂଚନା ଯୋଗ୍ୟଯେ ପ୍ରାୟ ୪ମାସ ତଳେ ଗ୍ରାମର ଭିନ୍ନକ୍ଷମ ନାବାଳିକା ନିକଟସ୍ଥ ନାଳକୁ ଗାଧୋଇ ଯାଇଥିବା ସମୟରେ ଗାଁର ଜଣେ ଯୁବକ ତାଙ୍କୁ ବଳାତ୍କାର କରିଥିଲା । ହେଲେ ନାବାଳିକାଜଣକ ଭୟରେ କାହାକୁ କିଛି କହିନଥିଲେ । ନାବାଳିକା ଜଣଙ୍କ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ଆନନ୍ଦପୁର ମେଡିକାଲ ନେଇଥିଲେ । ସେଠାରେ ସେ ଗର୍ଭବତୀ ଥିବା ଜଣା ପଡିବାପରେ ପୀଡିତା ଜଣଙ୍କ ପରିବାର ଲୋକଙ୍କୁ ଯୁବକଙ୍କ ନା କହିଥିଲେ । ଉତ୍ତ୍ୟକ୍ତ ଗ୍ରାମବାସୀ ସୋମବାର ଅଭିଯୁକ୍ତକୁ ଗିରଫ ଏବଂ ନ୍ୟାୟ ଦାବୀରେ ଏକତ୍ରୀତ ହୋଇ ଗାଁ ରେ ଥିବା ସଂଖ୍ଯଲଘୁ ସମ୍ପ୍ରଦାୟର ଧର୍ମପୀଠ ଠାରେ ବ୍ଯାପକ ଭଙ୍ଗାରୁଜା, ଜଳାପୋଡା କରିଥିଲେ ।

ଖବରପାଇ କେନ୍ଦୁଝର ଏସପି ନିତିନ କୁଶଲକର ଦାଗୁଡୁ, ଆନନ୍ଦପୁର ଏସଡପିଓ କମଳ କୁମାର ପଣ୍ଡାଙ୍କ ସମେତ ନନ୍ଦିପଦା, ସୋସୋ, ଘସିପୁରା, ରାମଚନ୍ଦ୍ରପୁର ଥାନା ଅଧିକାରୀ ଏବଂ ପୋଲିସ ଫୋର୍ସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ । ଆନନ୍ଦପୁର ଥାନାରେ କେସ ନଂ ୯୬/୨୦୨୬ରେ ଏକ ମାମଲା ରୁଜୁ ହୋଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri