‘ଭୀମ ଭୋଇଙ୍କ ଚରିତ୍ର ସଂହାରକୁ ବରଦାସ୍ତ କରାଯିବନି’

ଢେଙ୍କାନାଳ ଅଫିସ, ୨୩।୫ – ଭୀମ ଭୋଇଙ୍କ ଚରିତ୍ରକୁ ଆକ୍ଷେପ କରି ପ୍ରକାଶିତ ଏକ ପୁସ୍ତକକୁ ନେଇ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ମହିମା ଧର୍ମର ଅନ୍ୟତମ ପ୍ରଚାରକଙ୍କ ପ୍ରତି ଏପରି କୁତ୍ସାରଟନାକୁ ନେଇ ମହିମା ଧର୍ମାବଲମ୍ବୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାକୁ ନେଇ ଶୁକ୍ରବାର ମହିମାଗାଦିର ସତ୍ୟମହିମା ଧର୍ମଧାମ ପରିଚାଳନା ସମିତି ପକ୍ଷରୁ ମହିମା ସମାଜ କାର୍ଯ୍ୟାଳୟ ପରିସରରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଥିଲା। ସମିତିର ଅଧ୍ୟକ୍ଷ ବାବା ପବିତ୍ର ମୋହନ ଦାସ ଏବଂ ସମ୍ପାଦକ ନିତ୍ୟାନନ୍ଦ ଦାସ କହିଲେ, ବିବାଦୀୟ ପୁସ୍ତକର ଲେଖକ ମହିମାଧର୍ମ ବିରୋଧରେ ଉଲ୍ଲେଖ କରିଛନ୍ତି। ଭୀମ ଭୋଇ ମହିମାଧର୍ମର ପ୍ରଥମ ଭକ୍ତ। ରେଢ଼ାଖୋଲର କଙ୍କଣପଡ଼ାରୁ ତାଙ୍କୁ ମହିମାସ୍ବାମୀ ଉଦ୍ଧାର କରି ଦିବ୍ୟଚକ୍ଷୁ ପ୍ରଦାନ କରିଥିଲେ। ସେ ମହିମାଧର୍ମର ଆଦିବାର୍ତ୍ତା ପ୍ରଚାର କରିଥିଲେ। ମହିମାଧର୍ମର ଗଭୀର ଆତ୍ମ ନିବେଦନ ରହିଛି, ଯାହା ଭୀମ ଭୋଇଙ୍କଠାରୁ ପ୍ରଚାରିତ। ସନ୍ଥକବିଙ୍କ ଚରିତ୍ର ସଂହାରକୁ କଦାପି ବରଦାସ୍ତ କରାଯିବ ନାହିଁ। ଉକ୍ତ ବିବାଦୀୟ ପୁସ୍ତକକୁ ସରକାର ନିଷିଦ୍ଧ ଘୋଷଣା କରିବା ସହିତ ଲେଖକଙ୍କ ନାମରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସୁବ୍ରତ ବାବା, ଅଶୋକ ବାବା, ଦୀନବନ୍ଧୁ ବାବା, ସୌମ୍ୟ ବାବା ପ୍ରମୁଖ ଦାବି କରିଛନ୍ତି। ଏହାପରେ ମହିମାଗାଦି ସୁରକ୍ଷା ମଞ୍ଚର ସଭାପତି ପ୍ରତ୍ୟୁଷହରି ପ୍ରଧାନ, ସମ୍ପାଦକ କାରଣ ବେହେରା ପ୍ରମୁଖ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ସମ୍ପୃକ୍ତ ଲେଖକଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri