ଭୀମକୁଣ୍ଡ ମକର ମେଳାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଠାକୁରମୁଣ୍ଡା,୧୬ା୧(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଠାକୁରମୁଣ୍ଡା ବ୍ଲକ ଅଧୀନ ଭୀମକୁଣ୍ଡରେ ମକର ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ। ଏଥି ସହିତ ଭୀମକୁଣ୍ଡ ମହୋତ୍ସବ କମିଟି ଓ କୁଣ୍ଡେଶର ବନସୁରକ୍ଷା କମିଟି ସହଯୋଗରେ ସେଠାରେ ୧୬ତମ ଭୀମକୁଣ୍ଡ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ମହୋତ୍ସବ କମିଟିର ସଭାପତି ତଥା କରଞ୍ଜିଆ ଉପଜିଲାପାଳ ଦୁଃଖବନ୍ଧୁ ନାୟକଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ ଯୋଗଦେଇ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବିକାଶ ଦିଗରେ ପଦକ୍ଷେପ ଗ୍ରହଣ କରାଯାଉଥିବା କହିଥିଲେ। ମୁଖ୍ୟ ବକ୍ତା ଭାବେ କାଦଡ଼ିହା ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଭାଗବତ ଲେଙ୍କା ଯୋଗଦେଇ ଭୀମକୁଣ୍ଡର ଐତିହ୍ୟ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ସମ୍ମାନନୀୟ ଅତିଥି ଭାବେ ଠାକୁରମୁଣ୍ଡା ତହସିଲଦାର ପ୍ରଦ୍ୟୁମ୍ନ କୁମାର ନାୟକ, ଠାକୁରମୁଣ୍ଡା ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରା, ସହକାରୀ ବନ ସଂରକ୍ଷକ ଡ.ମିହିର ରଞ୍ଜନ ପଟ୍ଟନାୟକ, ସମାଜସେବୀ ବସନ୍ତ କୁମାର ପାଇବର୍ତ୍ତୀ ଯୋଗ ଦେଇଥିଲେ। ଶରତ ତ୍ରିପାଠୀ ମଞ୍ଚ ପରିଚାଳନା କରିଥିବା ବେଳେ ହାର୍ଦ୍ଦିକ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri