Posted inଅପରାଧ

ଭୁବନରେ ନକଲି ମଦ ତିଆରି କାରଖାନା ଠାବ: ବିପୁଳ ପରିମାଣର ସାମଗ୍ରୀ ଜବତ, ୪ ଅଭିଯୁକ୍ତ ଗିରଫ

ଭୁବନ, ୨୯।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ କରାଯାଇ ଭୁବନ ଏନ୍‌ଏସିର ୩ ନଂ ଓାର୍ଡରୁ ବିପୁଳ ପରିମାଣର ନକଲି ମଦ, ସାମଗ୍ରୀ ଜବତ କରିବା ସହିତ ୪ ଜଣଙ୍କୁ ଗିରଫ କରାଯାଇଛି।

ସୂଚନାନୁଯାୟୀ, ଉକ୍ତ ଓ୍ବାର୍ଡ ଅଞ୍ଚଳ ନୂଆ ଭୁବନରେ ଦୀର୍ଘଦିନ ଧରି ନକଲି ବିଦେଶୀ ମଦ ତିଆରି କରାଯାଇ ବିଭିନ୍ନ ଅଞ୍ଚଳକୁ ପଠାଯାଉଥିଲା। ଏ ନେଇ ଖବର ପାଇ ଢେଙ୍କାନାଳ ଜିଲା ଅବକାରୀ ବିଭାଗ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ସେଠୀ ପୋଲିସ ଓ ଅବକାରୀ ବିଭାଗ କର୍ମଚାରୀ ମାନଙ୍କୁ ନେଇ ଚଢ଼ାଉ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଢେଙ୍କାନାଳ ଅବକାରୀ ବିଭାଗ ମୋବାଇଲ ଇନ୍ସପେକ୍ଟର ରାଜ ଶେଖର ସାଇଁ, ସଦର ଇନ୍ସପେକ୍ଟର ଶମୀର କୁମାର ମହାନ୍ତି, କାମାକ୍ଷାନଗର ସବ୍‌ ଇନ୍ସପେକ୍ଟର ସପ୍ନାରାଣୀ ସାହୁଙ୍କ ତତ୍ତ୍ୱାବଧାନରେ ଅବକାରୀ ଏଏସ୍‌ଆଇ ଶ୍ରୀକାନ୍ତ କୁମାର ପଟ୍ଟନାୟକ, ବିଶ୍ୱନାଥ ରଥ, ତାରାକାନ୍ତ ନାୟକ, ଶ୍ରଦ୍ଧାଞ୍ଜଳି ପ୍ରଧାନଙ୍କ ସମେତ ସମସ୍ତ କର୍ମକର୍ତ୍ତା ସାମିଲ ହୋଇଥିଲେ। ଭୁବନ ଥାନା ଅଧିକାରୀ ର୍ନିମଳା ଗୋଛାୟତଙ୍କ ମୁଖ୍ୟ ଭୂମିକା ଥିଲା। ଚଢ଼ାଉ କରି ୬୫୦ଲିଟର ସ୍ପିରିଟ, ୮୦୦ ଟଲ ନକଲି ରମ୍‌ ମଦ ବୋତଲ, କ୍ୟାମେଲ ୬ କେଜି, ୨ଟି ମଦ ତିଆରି ମେଶିନ, ଷ୍ଟିକର ୮୦୦୦ ପିସ୍‌, ନକଲି କମ୍ପାନୀ ଲେବୁଲ୍‌ ୨୫୦୦ ପିସ ଏବଂ ବ୍ୟବହାର ହେଉଥିବା କାର୍‌କୁ ଜବତ କରାଯାଇଥିଲା। ସମସ୍ତ ନକଲି ମଦ ଓ ସରଞ୍ଜାମ ଏନ୍‌ଏସି ନୂଆ ଭୁବନ ୩ ନଂ ଓାର୍ଡର ଲକ୍ଷ୍ମୀଧର ସାହୁ (୫୨) ଙ୍କ ଘରୁ ଜବତ କରାଯାଇଥିବା ବେଳେ କପିଳ ସାହୁ (୨୫)ଙ୍କୁ ଘଟଣାସ୍ଥଳରୁ ଗିରଫ କରାଯାଇଥିଲା। କାର ଭିତରୁ ମଦ ଜବତ କରାଯାଇଥିବା ବେଳେ ମୁଖ୍ୟ ଅଭିଯୁକ୍ତକ ଠାରୁ ସମସ୍ତ ତଥ୍ୟ ମିଳିବା ପରେ ତାଙ୍କୁ ସମସ୍ତ ସାମଗ୍ରୀ ଯୋଗାଉଥିବା ଭୁବନ ପାଲା ମଣ୍ଡପ ୦୯ ନଂ ଓ୍ବାର୍ଡ ଅଞ୍ଚଳର ଶରତ କୁମାର ସାହୁ (୩୩) ଓ ରଞ୍ଜନ କୁମାର ସାହୁ (୪୦)କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଏ ସଂକ୍ରାନ୍ତରେ ଅବକାରୀ ବିଭାଗ ପକ୍ଷରୁ ୨୫/୨୦୧୯ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?