ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ମାମଲା : ପକ୍ଷ ଶୁଣିବାକୁ ଏନ୍‌ଏଚ୍‌ଆର୍‌ସିଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୩ା୯: ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ଏନ୍‌ଏଚ୍‌ଆର୍‌ସିଙ୍କ ଏହି ନିର୍ଦ୍ଦେଶକୁ ବର୍ତ୍ତମାନ କାର୍ଯ୍ୟକାରୀ ନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଜଷ୍ଟିସ୍‌ ସି.ଆର୍‌. ଦାଶଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଆଗାମୀ ୪ ସପ୍ତାହ ମଧ୍ୟରେ ଆପୋଲୋ ହସ୍ପିଟାଲ କର୍ତ୍ତୃପକ୍ଷ ଏନ୍‌ଏଚ୍‌ଆରସିଙ୍କ ନିକଟରେ ନିଜର ପକ୍ଷ ରଖିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଆପୋଲୋ କର୍ତ୍ତୃପକ୍ଷଙ୍କ ପକ୍ଷର ଶୁଣାଣି କରି ପୁନର୍ବାର ନିଷ୍ପତ୍ତି ନେବାକୁ ଏନ୍‌ଏଚ୍‌ଆରସିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ୨୦୧୩ରେ ଆପୋଲୋ ହସ୍ପିଟାଲ କର୍ତ୍ତୃପକ୍ଷ ରାଘବରାମ ଦୋରାଙ୍କ କିଡ୍‌ନୀ ପ୍ରତ୍ୟାରୋପଣ ପାଇଁ ରାଜ୍ୟ ସରକାରଙ୍କଠାରୁ ଏନ୍‌ଓସି ପାଇଥିଲେ। ଏଥିରେ ଜୟରାମ ଦୋରା ତାଙ୍କ କିଡ୍‌ନୀ ଦାନ କରିବେ ବୋଲି ଦର୍ଶାଯାଇଥିଲା। ମାତ୍ର ହସ୍ପିଟାଲ କର୍ତ୍ତୃପକ୍ଷ ଜୟରାମଙ୍କ ବଦଳରେ ଅନିଲ କୁମାର ସ୍ବାମୀଙ୍କ ଶରୀରରୁ କିଡ୍‌ନୀ କାଢ଼ି ନେଇ ରାଘବରାମଙ୍କ ଶରୀରରେ ପ୍ରତ୍ୟାରୋପଣ କରିଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷ ବେଆଇନ ଭାବେ ଏଭଳି କରିଥିବା ନେଇ ୨୦୧୬ରେ ମାନବାଧିକାର କର୍ମୀ ଅଖଣ୍ଡ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ କରିଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷ ଟ୍ରାନ୍ସପ୍ଲାଣ୍ଟେଶନ ଅଫ ହ୍ୟୁମ୍ୟାନ ଅର୍ଗାନ୍ସ ଆଣ୍ଡ ଟିସୁ ନିୟମ ୧୯୯୪ର ଉଲ୍ଲଂଘନ କରିଥିବା ନେଇ ଅଭିଯୋଗରେ ଦର୍ଶାଇବା ସହ ଏହି କିଡ୍‌ନୀ ପ୍ରତ୍ୟାରୋପଣ ବେଆଇନ ବୋଲି ଅଭିଯୋଗ କରିଥିଲେ। ଏହି ମାମଲାର ଶୁଣାଣି କରି ଏନ୍‌ଏଚ୍‌ଆର୍‌ସି ରବିବାର ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଜବାବ ତଲବ କରିଥିଲେ। ଏଥିସହ ହସ୍ପିଟାଲର ଲାଇସେନ୍ସ କାହିଁିକି ରଦ୍ଦ ନ ହେବ ସେ ସମ୍ପର୍କରେ କାରଣ ଦର୍ଶାଇବା ସହ ୪ସପ୍ତାହରେ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ କହିଥିଲେ। ସେହିପରି ପୀଡ଼ିତ ଅନିଲଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏନ୍‌ଏଚ୍‌ଆର୍‌ସିଙ୍କ ଏହି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହସ୍ପିଟାଲ କର୍ତ୍ତୃପକ୍ଷ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ସୂର୍ଯ୍ୟପ୍ରସାଦ ମିଶ୍ର ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri