ଭୁବନେଶ୍ୱର କଟକଣା ନେଇ ସିପିଙ୍କ ଟୁଇଟ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ସୋମବାରଠାରୁ ରାଜଧାନୀର ସରକାରୀ ଅଫିସକୁ ୩୩ ପ୍ରତିଶତ କର୍ମଚାରୀ ଆସିବେ। ଗଞ୍ଜାମ ପରି ଅନେକ ସ୍ଥାନରେ ସୋମବାର ପରେ କଟକଣା କୋହଳ କରିବ ପ୍ରଶାସନ। ହେଲେ ଭୁବନେଶ୍ୱରରେ କିଛି କୋହଳ ହେବ ନାହିଁ। ନିୟମ ବଳବତ୍ତର ରହିବ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ ବୋଲିି ଟୁଇଟ୍‌ କରି କହିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ପୂର୍ବଭଳି ସୋମବାର ମଧ୍ୟ ବିଭିନ୍ନ ସ୍ଥାନରେ ଯାଞ୍ଚ କଡ଼ାକଡ଼ି ହେବ। ଭୁବନେଶ୍ୱରରେ ସରକାରୀ କର୍ମଚାରୀଙ୍କ ପାଇଁ ପୋଲିସ ନିୟମରେ କିଛି ପରିବର୍ତ୍ତନ କରିଛି। ସେମାନଙ୍କ ପାଇଁ ପାସ୍‌ର ଆବଶ୍ୟକତା ନାହିଁ। ଯିବାବେଳେ ପରିଚୟ ପତ୍ର ଏବଂ ଅଫିସ୍‌ ମୁଖ୍ୟଙ୍କ ଚିଠି ଦେଖାଇବାକୁ ଅନୁରୋଧ କରାଯାଇଛି। ଆଇଟି ଏବଂ ଆଇଟିଏସ୍‌ କମ୍ପାନୀ କର୍ମଚାରୀ ଘରେ ରହି କାର୍ଯ୍ୟ ଜାରି ରଖିବାକୁ ଅନୁରୋଧ କରାଯାଇଛି। କେନ୍ଦ୍ର ସରକାର କର୍ମଚାରୀଙ୍କ ପାଇଁ ଏମ୍‌ଏଚ୍‌ଏ ଅର୍ଡର ଅନୁଯାୟୀ,ଡେପୁଟି ସେକ୍ରେଟେରି ପଦବୀରୁ ଊର୍ଦ୍ଧ୍ୱ ଅଧିକାରୀମାନେ କାର୍ଯ୍ୟାଳୟରେ ଯୋଗଦେବେ। ଅନ୍ୟମାନେ ୩୦ ପ୍ରତିଶତରେ ସୀମିତ ରହିବେ। ଏହାସହିତ ସାର,କୀଟନାଶକ,ପଶୁ ଫିଡ଼୍‌, ସିମେଣ୍ଟ, ଲୁହା, କୃଷି ଉପକରଣ ଦୋକାନ ବନ୍ଦ ରହିବ। ଏସି, ରେଫ୍ରିଜରେଟର ଇତ୍ୟାଦି ଜୁରୁରିକାଳୀନ ମରାମତି କେବଳ ଡାଏଲ ୧୦୦ ଦ୍ୱାରା ଅନୁମତି ମିଳିବ ବୋଲି ସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri