ଭୁବନେଶ୍ୱର କରୋନା ହଟ୍‌ସ୍ପଟ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଏଥିପାଇଁ ୨୪/୭ କାମ କରୁଛନ୍ତି। ଇତିମଧ୍ୟରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ୭ଟି ଲ୍ୟାବ୍‌ରେ ଏହି ପରୀକ୍ଷା କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ଚିକିତ୍ସା ପରେ ୧୯ଜଣ ସୁସ୍ଥ ହୋଇଛନ୍ତି। ମୋଟାମୋଟି ଭାବେ ଦେଖିବାକୁ ଗଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା ରହିଛି। ଏଥିରୁ ଭୁବନେଶ୍ୱର ହଟ୍‌ସ୍ପଟ୍‌ ବୋଲି ସ୍ପଷ୍ଟ ହୋଇଛି। ଏଥିଯୋଗୁ ସହରବାସୀଙ୍କୁ ସାମାଜିକ ଦୂରତ୍ୱ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଉଛି। ଲୋକମାନଙ୍କ ସହଯୋଗ ଯୋଗୁ ଏହି ସଂଖ୍ୟା ଦୁଇଦିନ ମଧ୍ୟରେ ବଢ଼ି ନ ଥିବା ଦେଖାଯାଇଛି। ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜଧାନୀକୁ ଶଟ୍‌ଡାଉନ୍‌ କରାଯାଇଥିଲା। ଏପରିକି କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଥିବା ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ବର୍ତ୍ତମାନ ୨ଟିରୁ କଣ୍ଟେନ୍‌ମେଣ୍ଟ କଟକଣା ଉଠାଇ ଦିଆଯାଇଥିବା ବେଳେ ୩ଟିରେ ବଳବତ୍ତର ରହିଛି। ସେଠାରେ ଘରକୁ ଘର ଯାଇ ସର୍ଭେ କରାଯାଉଥିବା ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri