Posted inରାଜ୍ୟ

ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ବତନ୍ତ୍ର ଟ୍ରେନରେ ଲାଗିଲା ଆଉ ୫ ବଗି

ଭୁବନେଶ୍ୱର, ୧୨ା୫(ବ୍ୟୁରୋ)- କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ବିଭାଗ ପକ୍ଷରୁ ସମସ୍ତ ଟ୍ରନ ଚଳଚଳକୁ ବନ୍ଦ କରାଯାଇଥିଲା। ତେବେ ବୁଧବାରଠାରୁ ନୂଆଦିଲ୍ଲୀରୁ ଦେଶର ୧୫ ଟି ସହରକୁ ୧୫ ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ କରିବ। ଏହି ସମୟରେ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବାକୁ ଥିବା ସ୍ବତନ୍ତ୍ର ଏସି ଟ୍ରେନରେ ଆଉ ୫ଟି କୋଚ ଯୋଡା ଯାଇଛି।
ରେଳବାଇ ସୂତ୍ରରୁ ପ୍ରକାଶ ଯେ, ଭୁବନେଶ୍ୱର-ଦିଲ୍ଲୀ ସ୍ବତନ୍ତ୍ର ଟ୍ରେନରେ ତୃତୀୟ ଏସିର ଚାରିଟି କୋଚ ଏବଂ ଦ୍ୱିତୀୟ ଏସିର ଗୋଟିଏ କୋଚ ଯୋଡାଯାଇଛି। ଏହି ଟ୍ରେନ ବୁଧବାର ଦିଲ୍ଲୀ ଅଭିମୁଖେ ବାହାରିବ। ପୂର୍ବରୁ ୧୭ ଟି କୋଚ ସହ ଟ୍ରେନ ଛାଡିବାକୁ ନିଷ୍ପତ୍ତି ହୋଇଥିଲା। ମାତ୍ର ଟିକେଟ ଚାହିଦା ପରେ ଏହାକୁ ୨୨କୁ ବୃଦ୍ଧି କରାଯାଇଛି ବୋଲି ରେଳବାଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri