ଭୁବନେଶ୍ୱର ପରିଦର୍ଶନରେ ଆସୁଛନ୍ତି ସଂସଦୀୟ ଷ୍ଟାଣ୍ଡିଂ କମିଟି

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ନେଇ ଗଢାଯାଇଥିବା ସଂସଦୀୟ ଷ୍ଟାଣ୍ଡିଂ କମିଟିର ୨୦ ଜଣ ସଦସ୍ୟା, ସଦସ୍ୟ ଏବଂ ୫ ଜଣ ସଂସଦୀୟ ବ୍ୟାପାର ଅଧିକାରୀ ଓଡ଼ିଶା ପରିଦର୍ଶନରେ ଆସୁଛନ୍ତି। ଏହି କମିଟି ସିଧାସଳଖ କ୍ଷେତ୍ର ପରିଦର୍ଶନ କରି ୨୦୧୯-୨୦ ମସିହାରେ ଚିହ୍ନିଟ ହୋଇଥିବା ବିଷୟଗୁଡ଼ିକୁ ଅନୁଧ୍ୟାନ କରିବେ। ସହରାଞ୍ଚଳ ବିକାଶ ନିମନ୍ତେ ଗଠିତ ସଂସଦୀୟ ଷ୍ଟାଣ୍ଡିଂ କମିଟି ଜାନୁୟାରୀ ୧୫ ରୁ ୨୦ତାରିଖ ମଧ୍ୟରେ ଇନ୍ଦୋର, ମୁମ୍ବାଇ, ଭୁବନେଶ୍ୱର ଏବଂ କୋଲକାତା ଆଦି ସହର ପରିଦର୍ଶନ କରିବାକୁ ଥିବା ବେଳେ ଶୁକ୍ରବାର ସେମାନେ ଭୁବନେଶ୍ୱର ପରିଦର୍ଶନ କରିବାକୁ ଆସୁଛନ୍ତି। ଷ୍ଟାଣ୍ଡିଂ କମିଟି ନଗର ଉନ୍ନୟନ ବିଭାଗର କେତେକ ପ୍ରକଳ୍ପ, ଯଥା-ସ୍ମାର୍ଟ ସିଟି ପ୍ରକଳ୍ପ, ଅମୃତ ପ୍ରକଳ୍ପ (ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍‌ମେଶନ୍‌), କଠିନ ବର୍ଜ୍ୟବସ୍ତୁ ପରିଚାଳନା, ସହରୀ ବନ୍ୟାର ପରିଚାଳନା, ପାନୀୟ ଜଳଯୋଗାଣ, ଜାତୀୟ ସହରାଞ୍ଚଳ ବିକାଶ ଯୋଜନା ଏବଂ ସହରାଞ୍ଚଳ ଜୀବିକା ମିଶନ ଇତ୍ୟାଦିର ସମୀକ୍ଷା କରିବେ। ଶନିବାର ଏହି କମିଟି ପୁରୀ ଯାଇ ଜାତୀୟ ଐତିହ୍ୟ ବିକାଶ ଏବଂ ସହରାଞ୍ଚଳ ବିକାଶ ଯୋଜନା, କଠିନ ଏବଂ ତରଳ ବର୍ଜ୍ୟ ପରିଚାଳନା ତଥା ଅମୃତ୍‌ ଯୋଜନାର ସମୀକ୍ଷା କରିବେ। ଏହା ସହ ଜଗନ୍ନାଥ ମନ୍ଦିର ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ରବିବାର କୋଣାର୍କ ମନ୍ଦିରର ଭାସ୍କର୍ଯ୍ୟ ଏବଂ ମନ୍ଦିର ଶୈଳୀ ଦେଖିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଉକ୍ତ ସଂସଦୀୟ କମିଟିର ପରିଦର୍ଶନ ନିମନ୍ତେ ନଗର ଉନ୍ନୟନ ବିଭାଗର ପଦାଧିକାରୀ, ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡର ପଦାଧିକାରୀ ଏବଂ ଭୁବନେଶ୍ୱର ମହାନଗର ନିଗମର ପଦାଧିକାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ସଂଯୋଜନା କରିବା ପାଇଁ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri