ଦିଗପହଣ୍ଡି,୭ା୪(ଡି.ଏନ୍.ଏ.)- ଶହ ଶହ ସଂଖ୍ୟାରେ ଶ୍ରମିକ ଗତ ଦୁଇ ଦିନ ମଧ୍ୟରେ ଚାଲି ଚାଲି କିମ୍ବା ସ୍ବତନ୍ତ୍ର ଗାଡ଼ି ଭଡ଼ା କରି ଦିଗପହଣ୍ଡି ଅଞ୍ଚଳର ଗଁାମାନଙ୍କରେ ପହଞ୍ଚତ୍ଛନ୍ତି। ସେମାନେ ଅବାଧରେ ଚଳପ୍ରଚଳ କରୁଥିବାରୁ ଅନେକ ଗଁାରେ ଚାପା ଉତ୍ତେଜନା ଲାଗି ରହିଛି। ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗଁାରେ କେତେଜଣ ଭୁବନେଶ୍ୱର ଫେରନ୍ତାଙ୍କୁ ଗଁାରେ ନ ରଖିବା ପାଇଁ ଗ୍ରାମବାସୀ ବିଡ଼ିଓ ହଳଧର ଶବରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଡ଼ିଓ ପହଞ୍ଚତ୍ ଗଁା ସ୍କୁଲରେ ଖୋଲାଯାଇଥିବା କ୍ବାରାଣ୍ଟାଇନ ସେଣ୍ଟରରେ ରହିବାକୁ ପରାମର୍ଶ ଦେଇଛନ୍ତି। ଭୁବନେଶ୍ୱର ଫେରନ୍ତାଙ୍କୁ କେନ୍ଦ୍ରକରି ଜକର ଗାଁରେ ଚାପା ଉତ୍ତେଜନା ଦେଖାଦେଇଛି। ଅଙ୍ଗନୱାଡ଼ି କର୍ମୀ ଘରଘର ବୁଲି ତଥ୍ୟ ସଂଗ୍ରହ କରିବାକୁ ଗଲେ ସେମାନଙ୍କୁ ଲୋକେ ସହଯୋଗ କରୁ ନ ଥିବା ଅଭିଯୋଗ ହେଉଛି। ଏଭଳି ସ୍ଥିତିରେ ସରପଞ୍ଚଙ୍କ ସମେତ ନିର୍ବାଚିତ ପ୍ରତିନିଧିମାନେ ମୁହଁ ଖୋଲିବାକୁ ସାହସ କରୁ ନ ଥିବା ପଦ୍ମନାଭପୁର ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧି ଜଣାଇଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ
ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ…
LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍, ଏମିତି କରିପାରିବେ ବୁକିଂ…
ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…
ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ
କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…
ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…
ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…
ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…
ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

