ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଗାଁରେ ଅଶାନ୍ତି

ଚିତ୍ରଡା,୧୬ା୪(ଡ଼ି.ଏନ୍‌.ଏ.)- ମହାମାରୀ କରୋନା ପାଇଁ ସାରା ବିଶ୍ୱ ଚିନ୍ତିତ ଥିବାବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ସାରା ରାଜ୍ୟ ଏବେ ତାଲା ବନ୍ଦ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ମୋରଡା ପଞ୍ଚାୟତର ୩ ଜଣ ବ୍ୟକ୍ତି ବାଇକ ଯୋଗେ ଭୁବନେଶ୍ୱରରୁ ଆସି ନିଜ ଗ୍ରାମରେ ମଙ୍ଗଳବାର ରାତି ୮ଟାରେ ପହଞ୍ଚି ଥିଲେ। କାହାକୁ କିଛି ନ କହି ସେମାନେ ସମସ୍ତଙ୍କ ସହିତ ମିଳାମିଶା କରିଥିଲେ। ଏନେଇ ଗ୍ରାମବାସୀ ଭୟଭୀତ ହୋଇ ପଡ଼ିଥିଲେ। ପରେ ଗ୍ରାମବାସୀ ଏବିଷୟରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ପ୍ରିୟବ୍ରତ ପାଢ଼ୀଙ୍କୁ ଅବଗତ କରାଇଥିଲେ। ସରପଞ୍ଚ ପାଲମଣି ସିଂ, ଆଶା ଦିଦି ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ସାଥିରେ ନେଇ ସେମାନଙ୍କୁ କ୍ୱାରାଣ୍ଟାଇନରେ ରହିବାକୁ କହିଥିଲେ। ପରେ ଗ୍ରାମବାସୀ ଓ ଭୁବନେଶ୍ୱର ଫେରନ୍ତାଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଖବରପାଇ ମୋରଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ବିଡିଓ ପାଢ଼ୀ ଗାଁରେ ପହଞ୍ଚି ବୁଝାସୁଝା କରି ସେମାନଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri