ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଦିଗପହଣ୍ଡିରେ ବଢୁଛି ଅସନ୍ତୋଷ: ସ୍ଥିତି ଅନୁଧ୍ୟାନ କଲା ପ୍ରଶାସନ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମୋକେଇ ପଞ୍ଚାୟତ କୁମରଡ଼ା ଗାଁକୁ ଭୁବନେଶ୍ୱର ଫେରନ୍ତା ଶ୍ରମିକଙ୍କୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ସନ୍ଧ୍ୟାରେ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର, ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତଙ୍କ ସମେତ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ଭୁବନେଶ୍ୱରରେ କାମ କରୁଥିବା କିଛି ଶ୍ରମିକ ବହୁଦିନ ପୂର୍ବରୁ ଗାଁକୁ ଫେରିଥିଲେ ମଧ୍ୟ ସେମାନଙ୍କ ସହ ପୂର୍ବ ଶତ୍ରୁତାରୁ କିଛି ବ୍ୟକ୍ତି ସେମାନଙ୍କୁ ହଇରାଣ କରିବା ଉଦ୍ଦେଶ୍ୟରେ ଜିଲା ପ୍ରଶାସନ ନିକଟରେ ମିଥ୍ୟା ଅଭିଯୋଗ କରିଥିବା ପ୍ରଶାସନିକ ତଦନ୍ତରୁ ଜଣାପଡ଼ିଥିଲା। ଏନେଇ ଗ୍ରାମର ମୁଖିଆମାନଙ୍କ ଉପସ୍ଥିତିରେ ସବିଶେଷ ଆଲୋଚନା କରାଯାଇଥିଲା। ଗ୍ରାମରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ସହ କରୋନା ମୁକାବିଲା ପାଇଁ ଲୋକେ ଘରୁ ନ ବାହାରିବା ସହ ସାମାଜିକ ଦୂରତାକୁ ମାନିବାକୁ ସମସ୍ତ ଗ୍ରାମବାସୀଙ୍କୁ ପରାମର୍ଶ ଦିଆଯାଇଥିବା ତହସିଲଦାର ଜଣାଇଛନ୍ତି। ପରେ ଅନ୍ୟ ଏକ ଅଭିଯୋଗ ଅନୁଯାୟୀ, ତହସିଲଦାରଙ୍କ ନେତୃତ୍ୱରେ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ କରପଡ଼ା ପଞ୍ଚାୟତ ଜଂଘମା ଗାଁରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିବା ଜଣାପଡ଼ିଛି। ସେହିପରି ବିନା ମାସ୍କରେ ରାସ୍ତାରେ ଚଳ ପ୍ରଚଳ ହେଉଥିବା ୯ ଜଣଙ୍କଠାରୁ ୫ ଶହ ଟଙ୍କା ଲେଖାଏ ଜରିମାନା ଆଦାୟ କରାଯାଇଥିବା ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri