ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଦିଗପହଣ୍ଡିରେ ବଢୁଛି ଅସନ୍ତୋଷ: ସ୍ଥିତି ଅନୁଧ୍ୟାନ କଲା ପ୍ରଶାସନ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମୋକେଇ ପଞ୍ଚାୟତ କୁମରଡ଼ା ଗାଁକୁ ଭୁବନେଶ୍ୱର ଫେରନ୍ତା ଶ୍ରମିକଙ୍କୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ସନ୍ଧ୍ୟାରେ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର, ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତଙ୍କ ସମେତ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ଭୁବନେଶ୍ୱରରେ କାମ କରୁଥିବା କିଛି ଶ୍ରମିକ ବହୁଦିନ ପୂର୍ବରୁ ଗାଁକୁ ଫେରିଥିଲେ ମଧ୍ୟ ସେମାନଙ୍କ ସହ ପୂର୍ବ ଶତ୍ରୁତାରୁ କିଛି ବ୍ୟକ୍ତି ସେମାନଙ୍କୁ ହଇରାଣ କରିବା ଉଦ୍ଦେଶ୍ୟରେ ଜିଲା ପ୍ରଶାସନ ନିକଟରେ ମିଥ୍ୟା ଅଭିଯୋଗ କରିଥିବା ପ୍ରଶାସନିକ ତଦନ୍ତରୁ ଜଣାପଡ଼ିଥିଲା। ଏନେଇ ଗ୍ରାମର ମୁଖିଆମାନଙ୍କ ଉପସ୍ଥିତିରେ ସବିଶେଷ ଆଲୋଚନା କରାଯାଇଥିଲା। ଗ୍ରାମରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ସହ କରୋନା ମୁକାବିଲା ପାଇଁ ଲୋକେ ଘରୁ ନ ବାହାରିବା ସହ ସାମାଜିକ ଦୂରତାକୁ ମାନିବାକୁ ସମସ୍ତ ଗ୍ରାମବାସୀଙ୍କୁ ପରାମର୍ଶ ଦିଆଯାଇଥିବା ତହସିଲଦାର ଜଣାଇଛନ୍ତି। ପରେ ଅନ୍ୟ ଏକ ଅଭିଯୋଗ ଅନୁଯାୟୀ, ତହସିଲଦାରଙ୍କ ନେତୃତ୍ୱରେ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ କରପଡ଼ା ପଞ୍ଚାୟତ ଜଂଘମା ଗାଁରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଥିବା ଜଣାପଡ଼ିଛି। ସେହିପରି ବିନା ମାସ୍କରେ ରାସ୍ତାରେ ଚଳ ପ୍ରଚଳ ହେଉଥିବା ୯ ଜଣଙ୍କଠାରୁ ୫ ଶହ ଟଙ୍କା ଲେଖାଏ ଜରିମାନା ଆଦାୟ କରାଯାଇଥିବା ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍‌ ଛାତ୍ର

ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri