ଭୁବନେଶ୍ୱର ସାହିତ୍ୟ ସମାଜ ଅଧିବେଶନ: ଗୁଣାତ୍ମକତା ଉପରେ ଗୁରୁତ୍ୱ ଦିଅନ୍ତୁ ସମ୍ପାଦକ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଓଡ଼ିଶାରେ ପତ୍ରିକା ସଂପାଦନା ଅନେକ ସମ୍ଭାବନା ଓ ସ୍ବପ୍ନକୁ ସାକାର କରିବା କ୍ଷେତ୍ରରେ ତତ୍ପର ହେବା ଆବଶ୍ୟକ। ପତ୍ରିକାର ଗୁଣାତ୍ମକ ମାନ ତାହାର ସଫଳ ସଂପାଦନା ଉପରେ ନିର୍ଭର କରେ। ପାଠକୀୟ ଆଦୃତି, ଲେଖକୀୟ ଆକର୍ଷଣ ଓ ପ୍ରକାଶକୀୟ ଆନ୍ତରିକତା ବଳରେ ଜଣେ ସଂପାଦକ ଲୋକପ୍ରିୟତା ଅର୍ଜନ କରେ। ଜଣେ ସଂପାଦକ ଲେଖା ସଂଗ୍ରହଣ କି ସଂକଳନ ଉପରେ ଗୁରୁତ୍ୱ ନ ଦେଇ ପତ୍ରିକାର ଗୁଣାତ୍ମକତା ବଜାୟ ରଖିବା ଉପରେ ଦୃଷ୍ଟିଦେବା ଆବଶ୍ୟକ ବୋଲି ଭୁବନେଶ୍ୱର ସାହିତ୍ୟ ସମାଜ ଅଧିବେଶନରେ ମତପ୍ରକାଶ ପାଇଛି। ସ୍ଥାନୀୟ କୃଷକ ସମାଜଠାରେ ଅନୁଷ୍ଠିତ ଏହି ବୈଠକରେ ସଂପାଦକ, ଗବେଷକ ଓ ସଂଗଠକ ଡ. ରମେଶ ପାଣି ଯୋଗଦେଇ ବ୍ୟବସାୟିକ ସଫଳତା ଉପରେ ଗୁରୁତ୍ୱ ନ ଦେଇ ଜଣେ ସଂପାଦକ ପ୍ରତିଭା ଚୟନ, ପାଠକୀୟ ପସନ୍ଦ, ଲେଖକୀୟ ସ୍ବାଭିମାନକୁ ପ୍ରାଥମିକତା ଦେବା ଦରକାର ବୋଲି କହିଥିଲେ। ପତ୍ରିକାର ସଫଳତା ତାର ସଂପାଦକୀୟ ଦକ୍ଷତା ଉପରେ ନିର୍ଭର କରେ ବୋଲି ସେ କହିଥିଲେ। ଅନୁଷ୍ଠାନର ସଭାପତି ତଥା କବି ସୂର୍ଯ୍ୟ ମିଶ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ପ୍ରକାଶନରେ ନିୟମିତତା, ଲେଖା ନିର୍ବାଚନ ଓ ପାଠକୀୟ ରୁଚି ହେଉଛି ଜଣେ ସଂପାଦକ ପାଇଁ ବଡ଼ ଆହ୍ବାନ ବୋଲି କହିଥିଲେ। ଦ୍ୱିତୀୟ ଅଧିବେଶନରେ ଉପସଭାପତି ମିନତି ଦାଶ, ସବିତା ଶତପଥୀ, ଅନ୍ନପୂର୍ଣ୍ଣା ଭଟ୍ଟ ଓ ଶ୍ରୁତିକୀର୍ତ୍ତି ତ୍ରିପାଠୀଙ୍କ ମିଳିତ ସଂଯୋଜନାରେ ଅନୁଷ୍ଠିତ କବିତା ପାଠୋତ୍ସବରେ ମଞ୍ଜୁଳା ତ୍ରିପାଠୀ, ସୁଷମା ଲେଙ୍କା, ସୌଦାମିନୀ ବେହେରା, ଅମ୍ବିକା ସ୍ବାଇଁ, କମଳିନୀ ଦେବୀ, ଦୀନବନ୍ଧୁ ପଣ୍ଡା, ଡ. ରାଜୀବ ଷଡ଼ଙ୍ଗୀ, ସୁଧୀର ମଉଡ଼ମଣି ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri