ଭୁବନେଶ୍ୱର ସିଡବ୍ଲ୍ୟୁସିକୁ ପାଟନା କ୍ଷେତ୍ରରେ ମିଶାଇବା ପ୍ରସଙ୍ଗ: ପାଶ୍ୱାନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୬।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ପଣ୍ୟାଗାର ନିଗମ(ସିଡବ୍ଲୁସି)କୁ ଉଚ୍ଛେଦ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିହାରର ପାଟନା ସିଡବ୍ଲ୍ୟୁସି ସହିତ ମିଶାଇବା ପାଇଁ ନିଷ୍ପତ୍ତି ନେବାପରେ ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହସ୍ତକ୍ଷେପ କରିଛନ୍ତି। ଏନେଇ ଧର୍ମେନ୍ଦ୍ର କେନ୍ଦ୍ର ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଭୁବନେଶ୍ୱର ସିଡବ୍ଲୁସି ସହିତ ପାଟଣା କାର୍ଯ୍ୟାଳୟକୁ ମିଶାଇଲେ ଅଯଥା ଭୌଗୋଳିକ ଏବଂ ପ୍ରଶାସନିକ ଚାପ ବୃଦ୍ଧି ପାଇବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ତେଣୁ ଓଡ଼ିଶାବାସୀଙ୍କ ବୃହତ୍‌ ସ୍ବାର୍ଥ ଦୃଷ୍ଟିରୁ ଏହି ପ୍ରସ୍ତାବକୁ ପ୍ରତ୍ୟାହାର କରିବା ଲାଗି ମନ୍ତ୍ରଣାଳୟର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ପାଇଁ ପାଶ୍ୱାନଙ୍କୁ ଚିଠି ଜରିଆରେ ସେ ସୋମବାର ଅନୁରୋଧ କରିଛନ୍ତି ା
ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି, ଭୌଗୋଳିକ ଆହ୍ବାନର ମୁକାବିଲା, ପ୍ରଶାସନିକ ଦକ୍ଷତା ବୃଦ୍ଧି ଏବଂ ଭଣ୍ଡାରଣକାରୀଙ୍କ ସହିତ ସମ୍ପର୍କ ରଖିବା ତଥା ବିବାଦର ସମାଧାନ ଲାଗି ଭୁବନେଶ୍ୱରଠାରେ ସିଡବ୍ଲ୍ୟୁସିର ଆଞ୍ଚଳିକ କାର୍ଯ୍ୟାଳୟ ୧୯୯୦ରେ ପ୍ରତିଷ୍ଠା କରାଯାଇଥିଲା। ସେହି ସମୟରେ ପାଟନା କ୍ଷେତ୍ରଠାରୁ ଭିନ୍ନଭାବେ ଏହି କାର୍ଯ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବର୍ତ୍ତମାନ ରାଜ୍ୟର ୨୧ ପଣ୍ୟାଗାର ଭୁବନେଶ୍ୱରସ୍ଥିତ ସିଡବ୍ଲ୍ୟୁସି କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟ କରୁଛି। ଏହାର ପରିଚାଳନା କ୍ଷମତା ୩.୪୮ ମେଟ୍ରିକ ଟନ୍‌ ଥିବାବେଳେ ୯୦ ପ୍ରତିଶତ ଦଖଲ ସହିତ ନିୟମିତ ଭାବେ ଲାଭରେ ଚାଲିଛି ା ଏଠାରେ ୯୦ ପ୍ରତିଶତ ଓଡ଼ିଆ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ଭାରତୀୟ ଖାଦ୍ୟ ନିଗମ(ଏଫ୍‌ସିଆଇ) ତଥା ଓଡ଼ିଶା ରାଜ୍ୟ ସାଧାରଣ ବଣ୍ଟନ ନିଗମ(ଓଏସ୍‌ଏସ୍‌ସି)ର ଖାଦ୍ୟ ଶସ୍ୟ ଓ ବିଜ୍ଞପିତ ଖାଦ୍ୟ ସାମଗ୍ରୀ ସମେତ ବିଭିନ୍ନ ଜରୁରୀ ଖାଦ୍ୟ ସାମଗ୍ରୀ ଭଣ୍ଡାରଣ ଓ ସଂଗ୍ରହ କରି ରଖିବା ଦିଗରେ ଭୁବନେଶ୍ୱର ସିଡବ୍ଲ୍ୟୁସି କାର୍ଯ୍ୟାଳୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସୁଛି। ବାତ୍ୟା ଫନୀ ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ରିଲିଫ୍‌ ସହାୟତା ଯୋଗାଇବା ଦିଗରେ ମଧ୍ୟ ମହତ୍ତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲା। ସେହିପରି ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ସମୟରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ରାଜ୍ୟକୁ ଗୁରୁତ୍ୱପୂର୍ଣ୍ଣ ସହାୟତା ଯୋଗାଇ ଦେଇଛି। ତେଣୁ ଓଡ଼ିଶାବାସୀଙ୍କ ବୃହତ୍‌ ସ୍ବାର୍ଥ ଦୃଷ୍ଟିରୁ ଏହି ମାମଲାରେ ବ୍ୟକ୍ତିଗତ ହସ୍ତକ୍ଷେପ କରି ଏହି ପ୍ରସ୍ତାବକୁ ପ୍ରତ୍ୟାହାର କରିବା ଲାଗି ମନ୍ତ୍ରଣାଳୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ ଧର୍ମେନ୍ଦ୍ର ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଗତ ଶନିବାର ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ପାଶ୍ବାନଙ୍କୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଚିଠି ଲେଖି ଭୁବନେଶ୍ୱରସ୍ଥିତ ସିଡବ୍ଲ୍ୟୁସି କାର୍ଯ୍ୟାଳୟ ପାଟନାକୁ ସ୍ଥାନାନ୍ତରିତ ନ କରିବା ଲାଗି ଅନୁରୋଧ କରିଥିଲେ। ଗୋଟିଏ ପଟେ ରାଜ୍ୟ ମନ୍ତ୍ରୀ ଚିଠି ଲେଖି କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ଅନ୍ୟପଟେ ରାସ୍ତାକୁ ଓହ୍ଲାଇଛି ବିଜେଡି। ଭୁବନେଶ୍ୱର ଭିତରେ ଆସୁଥିବା ୩ ବିଧାନସଭା କ୍ଷେତ୍ରର ବିଧାୟକ ସୁଶାନ୍ତ ରାଉତ, ଅଶୋକ ଚନ୍ଦ୍ର ପଣ୍ଡା ଏବଂ ଅନନ୍ତ ନାରାୟଣ ଜେନାଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ଭୁବନେଶ୍ୱରସ୍ଥିତ ପଣ୍ୟାଗାର ନିଗମ ସମ୍ମୁଖରେ ସୋମବାର ଆନ୍ଦୋଳନ କରିଛନ୍ତି। ଏହାସହ ଏଭଳି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବା ପାଇଁ କର୍ମୀମାନେ ପଣ୍ୟାଗାର ଅଧୀକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। କେନ୍ଦ୍ର ଯଦି ଏହା ଉପରେ ପୁନର୍ବିଚାର ନ କରେ ତେବେ ଦଳପକ୍ଷରୁ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri