ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳରୁ ଖସି ଆସିଥିବା ୬ ଜଣଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୪|୪(ଡିଏନଏ):ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳକୁ ପୋଲିସ ପ୍ରଶାସନ ସଂପୂର୍ଣ୍ଣ ସିଲ କରିଥିବା ବେଳେ ପୂର୍ବରୁ ସେଠାରେ ରହୁଥିବା ୬ଜଣ ବ୍ୟକ୍ତି ଏକ ଡାଲା ଅଟୋରେ ତାରପୋଲିନ ଢାଙ୍କି କୌଶଳ କ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳକୁ ଚାଲି ଆସିଥିବା ଥାନା ଅଧିକାରୀ ବସନ୍ତ ସେଠୀ କୌଣସି ବିଶେଷ ସୂତ୍ରରୁ ଖବର ପାଇଥିଲେ। ଶୁକ୍ରବାର ରାତି ପ୍ରାୟ ସାଢେ଼ ୨ ଟାରେ ଥାନା ଅଧିକାରୀ ଉକ୍ତ ଡାଲା ଅଟୋ କୁ ପିଛା କରି ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରେ ଠାବ କରିଥିଲେ। ସେ ଏନେଇ ପାଟପୁର ଥାନା କୁ ଖବର ଦେଇଥିଲେ। ଡାଲା ଅଟୋ ରୁ ଓହ୍ଲାଇ ଉକ୍ତ ବ୍ୟକ୍ତିମାନେ ଏକ ଘରେ ଖାଇ ବସିଥିବା ବେଳେ ପୋଲିସ ଅତର୍କିତ ଚଢ଼ାଉ କରି ସେମାନଙ୍କୁ ଉଦ୍ଧାର କରିବା ସହ ବ୍ରହ୍ମପୁର ଏସ ପି ପିନାକ ମିଶ୍ର ଙ୍କୁ ଜଣାଇଥିଲେ।ଏସ ପି ଙ୍କ ପରାମର୍ଶ କ୍ରମେ ଉଦ୍ଧାର ୬ ଜଣଙ୍କୁ ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଖୋଲାଯାଇଥିବା କ୍ସାରେଣ୍ଟାଇନ ସେଣ୍ଟର ରେ ରଖାଯାଇଥିଲା।ଶନିବାର ପୂର୍ବାହ୍ନ ରେ ସେମାନଙ୍କୁ ପରୀକ୍ଷା ନିମନ୍ତେ ବ୍ରହ୍ମପୁର ବଡ ଡ଼ାକ୍ତରଖାନା କୁ ସ୍ଥାନାନ୍ତରିତ କରାଯାଇଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri