ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ କରୋନା ସଂକ୍ରମିତ

ବଲାଙ୍ଗୀର ଅଫିସ, ୭ା୫- ବଲାଙ୍ଗୀର ଜିଲା ଲିଖିରିଆ ଗଁାର ଦୁଇଜଣ କରୋନା ସଂକ୍ରମିତ ଯୁବକଙ୍କୁ ଗୁରୁବାର ବଲାଙ୍ଗୀର କୋଭିଡ୍‌ ହସ୍ପିିଟାଲରୁ ଭୁବନେଶ୍ୱର କିମ୍ସ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଦୁଇ ଯୁବକ ସଂକ୍ରମିତ ବୋଲି ଗତ ମେ ୧ ତାରିଖ ଦିନ ଜଣାପଡିଥିଲା। ସେମାନେ ତାମିଲନାଡୁରୁ ଗତ ମାର୍ଚ୍ଚ ୧୭ ତାରିଖ ଦିନ ବଲାଙ୍ଗୀର ଫେରି ଗଁାକୁ ଯାଇଥିଲେ। ସେଠାରେ ୧୪ ଦିନ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ସେମାନଙ୍କ ଠାରେ କୌଣସି ଲକ୍ଷଣ ଦେଖାଯାଇନଥିଲା। ତେବେ ଲକ୍ଷଣ ନଥାଇ ମଧ୍ୟ କରୋନା ସଂକ୍ରମିତ ହେଉଥିବା ରିପୋର୍ଟ ବୃଦ୍ଧି ପାଇବା ପରେ ଗତ ଏପ୍ରିଲ ୨୮ ତାରିଖ ଦିନ ଏହି ଦୁଇ ଯୁବକଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା। ଏମାନଙ୍କ ରିପୋର୍ଟ ପିଜିଟିଭ ଆସିବା ପରେ ଜିଲା ମେଡିକାଲ ଟିମ୍‌ ଉଭୟ ସଂକ୍ରମିତଙ୍କୁ ବଲାଙ୍ଗୀର କିସ୍‌ କ୍ୟାମ୍ପସ୍‌୍‌ ସ୍ଥିତ କୋଭିଡ ହସ୍ପିଟାଲକୁ ଅଣାଯାଇ ଚିକିତ୍ସା କରାଯାଉଥିଲା। ଏହି ଦୁଇ ଯୁବକଙ୍କ ଉଚ୍ଚତର ଚିକିତ୍ସା ପାଇଁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିତ୍ବା ସିଡିଏମ୍‌ଓ ଡା ନାରାୟଣ ଥନାପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri