ଭୁବନେଶ୍ୱରକୁ ଶ୍ରେଷ୍ଠ ବିମାନବନ୍ଦର ପୁରସ୍କାର : ଖରାପ ସେବାକୁ ନେଇ ଟୁଇଟରରେ ପ୍ରତିକ୍ରିୟା

ଭୁବନେଶ୍ୱର,୯ା୯(ବ୍ୟୁରୋ) : ଏସିଆ-ପାସିଫିକ୍‌ ରିଜିଅନର ୨ରୁ ୫ ମିଲିୟନ ବର୍ଗରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଶ୍ରେଷ୍ଠ ବିମାନ ବନ୍ଦର -୨୦୧୮ ପୁରସ୍କାର ମିଳିଛି। ଅନ୍ତର୍ଜାତୀୟ ବିମାନ ବନ୍ଦର ପରିଷଦ ଓ ଏଏସ୍‌କ୍ୟୁ (ଆମେରିକାନ ସୋସାଇଟି ଫର୍‌ କ୍ୱାଲିଟି) ପକ୍ଷରୁ ‘ଗ୍ରାହକ ଅଭିଜ୍ଞତା’ କାଟେଗୋରୀରେ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଇଣ୍ଡୋନେସିଆର ବାଲିଠାରେ ଆୟୋଜିତ କାର୍ଯ୍ୟକ୍ରମରେ ପୁରସ୍କାର ଗ୍ରହଣ କରିବା ଅବସରରେ ବିମାନ ବନ୍ଦର କର୍ତ୍ତୃପକ୍ଷ ଏ ସମ୍ପର୍କରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହି ବର୍ଗରେ ଏସିଆ-ପାସିଫିକ୍‌ର ୬ବିମାନ ବନ୍ଦରକୁ ଏହି ବିଶ୍ୱସ୍ତରୀୟ ଏଏସ୍‌କ୍ୟୁ ପୁରସ୍କାର ମିଳିଥିବାବେଳେ ଭାରତର ୩, ଇଣ୍ଡୋନେସିଆର ୨ ଓ ଚାଇନାର ୧ ବିମାନବନ୍ଦର ରହିଛି। ଭାରତର ପୁରସ୍କୃତ ବିମାନବନ୍ଦରଗୁଡ଼ିକ ହେଲା ଭୁବନେଶ୍ୱର, ଚଣ୍ଡିଗଡ଼ ଓ ଇନ୍ଦୋର। ତେବେ ଟୁଇଟ୍‌ର କିଛି ସମୟ ମଧ୍ୟରେ କିଛି ଲୋକ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହି ପୁରସ୍କାର ପାଇବା ଲାଗି କ’ଣ ମାନଦଣ୍ଡ ରହିଛି? ଯାତ୍ରୀଙ୍କୁ ଠିକ୍‌ରେ ସେବା ଯୋଗାଇପାରୁ ନ ଥିବା ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ କେମିତି ଏହି ପୁରସ୍କାର ମିଳିଲା ବୋଲି ସେମାନେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri