ଭୁବନେଶ୍ୱରରୁ ଶିଶୁପୁତ୍ର ଅପହରଣ ଘଟଣା: ଗୋଳନ୍ଥରାରୁ ମହିଳା ଗିରଫ

ଗୋପାଳପୁର,୨୪ା୧-ଭୁବନେଶ୍ୱର ରେଳ ଷ୍ଟେଶନରୁ ଶିଶୁପୁତ୍ର ଅପହରଣ ମାମଲାରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ଦୁମୁଦୁମି ଗ୍ରାମ ଛକ ନିକଟରେ ଏକ କ୍ଲିନିକ୍‌ରେ ରହୁଥିବା ଜନୈକା ମହିଳାଙ୍କୁ ବୁଧବାର ଗିରଫ କରିଥିଲା। ଖାରବେଳନଗର ଥାନା ପୋଲିସ ଗୁରୁବାର ଗୋଳନ୍ଥରାରେ ପହଞ୍ଚତ୍ ଗିରଫ ମହିଳାଙ୍କୁ ପଚରାଉଚରା ପାଇଁ ଭୁବନେଶ୍ୱର ଆଣିଛି। ସେ ହେଲେ ଜିତା ପାଲ। ପ୍ରକାଶ ଯେ, ଗତ ୧୫ ଦିନ ହେଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଦୁମୁଦୁମି ଗ୍ରାମ ଛକ ନିକଟରେ ଥିବା ଏକ ଆର୍ୟୁବେଦିକ କ୍ଲିନିକରେ ଜଣେ ୪ ବର୍ଷର ଅପରିଚିତ ଶିଶୁପୁତ୍ରଙ୍କୁ ସନ୍ଦେହଜନକ ଭାବେ ରଖାଯାଇଥିଲା। ଏନେଇ ଗ୍ରାମବାସୀ ବୁଧବାର ଶିଶୁପୁତ୍ର ସମ୍ପର୍କରେ ଜନୈକ ବ୍ୟକ୍ତି ଓ ଦୁଇ ମହିଳାଙ୍କୁ ପଚାରିବାରୁ ଶିଶୁପୁତ୍ରଙ୍କୁ ଯେଉଁଠାରେ ଆଣିଥିଲୁ ସେଠାରେ ଛାଡ଼ିଦେଲୁ ବୋଲି କହିବା ପରେ ଗ୍ରାମବାସୀ ପାଟିତୁଣ୍ଡ କରିଥିଲେ। ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ୩ ଜଣଙ୍କୁ ଥାନାକୁ ନେଇ ପଚରାଉଚରା ଚଳାଇଥିଲା। ଶିଶୁପୁତ୍ରଟି ବିହାର ମୁଜାଫର ଅଞ୍ଚଳର ଜନୈକ ଦମ୍ପତିଙ୍କର ଓ ଗତ ୮ ତାରିଖରେ ଗୀତା ଭୁବନେଶ୍ୱର ରେଳ ଷ୍ଟେସନରେ କାନ୍ଦୁଥିବାବେଳେ ଆଣିଥିଲେ। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରିତ ହେବା ପରେ ଉକ୍ତ ଶିଶୁପୁତ୍ରଙ୍କୁ ପୁଣି ଭୁବନେଶ୍ୱର ନେଇ ଛାଡ଼ି ଦେଇଥିବା କହିଥିଲେ। ପ୍ରକାଶ ଯେ, ଶିଶୁପୁତ୍ରଙ୍କ ମା’ ଖାାରବେଳନଗର ଥାନାରେ ଗତ ୯ ତାରିଖରେ ଅଭିଯୋଗ କରିବା ପରେ ନଂ.୫/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri