ଭୁବନେଶ୍ୱର,୨।୯(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ଭୁବନେଶ୍ୱରରୁ ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଦୁଇ ଆନ୍ତଃରାଜ୍ୟ ନିଶା ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ୨୦୨ଗ୍ରାମର ‘କୋକେନ’ ଜବତ କରିଥିଲା। ଉକ୍ତ ମାମଲାର ମୁଖ୍ୟ ଅଭିଯୁକ୍ତ ଗୁଲ୍ବେସ୍ ଖାନ୍ ଓରଫ ଏସ୍କେ ହଜ୍ରତ୍ ବୁଧବାର ଉତ୍ତରପ୍ରଦେଶ ଗାଜିଆବାଦ୍ ସହରରୁ ଏସ୍ଟିଏଫ୍ ହାତରେ ଧରାପଡ଼ିଛନ୍ତି। ତାଙ୍କ ଘର ହେଲା ଉତ୍ତରପ୍ରଦେଶ ବରେଲି ଜିଲା ସିସଗଡ଼ ଥାନା ଅନ୍ତର୍ଗତ ଧର୍ମପୁରା ଗ୍ରାମରେ। ଏସ୍ଟିଏଫ୍ ସ୍ଥାନୀୟ ପୋଲିସ ସହାୟତାରେ ଅଭିଯୁକ୍ତ ହଜ୍ରତ୍ଙ୍କୁ ଗିରଫ କରିବା ପରେ ତାଙ୍କୁ ଗାଜିଆବାଦ୍ସ୍ଥିତ ଅତିରିକ୍ତ ସିଭିଲ୍ ଜଜ୍ କୋର୍ଟରେ ହାଜର କରିଥିଲା। ସେଠାରୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ନେବାକୁ ଅନୁମତି ମିଳିବା ପରେ ଏସ୍ଟିଏଫ୍ ହଜ୍ରତ୍ଙ୍କୁ ଓଡ଼ିଶା ଆଣୁଛି। ଶୁକ୍ରବାର ତାଙ୍କୁ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟକୁ ଚାଲାଣ କରାଯିବ ବୋଲି ଏସ୍ଟିଏଫ୍ ପକ୍ଷରୁ କୁହାଯାଇଛି। କୋର୍ଟ ଚାଲାଣ ପରେ ହଜ୍ରତ୍ଙ୍କୁ ରିମାଣ୍ଡରେ ଆଣି ଏହି ମାମଲାରେ ଅଧିକ ତଥ୍ୟ ହାସଲ କରିବାକୁ ଏସ୍ଟିଏଫ୍ ଯୋଜନା କରୁଥିବା ଜଣାପଡ଼ିଛି। ଏହି ମାମଲାରେ ଅଭିଯୁକ୍ତ ରବି ସିଂ ଓ ସନ୍ନି କୁମାର ପୂର୍ବରୁ ଗିରଫ ହୋଇଥିଲେ।
ସୂଚନା ଅନୁଯାୟୀ, ରବି ରାଜସ୍ଥାନରେ ରହୁଥିବାବେଳେ ସନ୍ନି ଭୁବନେଶ୍ୱର ସାଲିଆସାହିର ତାରିଣୀ ବସ୍ତିରେ ରହି ୟୁନିଟ୍-୨ ମାର୍କେଟ ବିଲ୍ଡିଂରେ ଅସ୍ଥାୟୀ ଚୁଡ଼ି ଓ କସ୍ମେଟିକ୍ସ ଦୋକାନ କରିଥିଲେ। କୋକେନ୍ ବିକ୍ରି କରିବାକୁ ଅଭିଯୁକ୍ତଦ୍ୱୟ ପୂର୍ବରୁ ଓଡ଼ିଶାରେ ଥିବା ଜଣେ ନିଶା ଡିଲରଙ୍କ ସହ କଥା ହୋଇଥିଲେ। ଏ ସମ୍ପର୍କରେ ଖବର ପାଇବା ପରେ ଏସ୍ଟିଏଫ୍ ପକ୍ଷରୁ ୨ଟି ଟିମ୍ ଗଠନ କରାଯାଇ ସେମାନଙ୍କୁ ଧରିବାକୁ ଜାଲ ବିଛାଯାଇଥିଲା। ଏପ୍ରିଲ ୧୨ରେ ଦିନତମାମ୍ ଏସ୍ଟିଏଫ୍ ଟିମ୍ ସେମାନଙ୍କ ପିଛା କରିଥିଲା। ସନ୍ଧ୍ୟାରେ ଅଭିଯୁକ୍ତଦ୍ୱୟ ଜାଭିୟର ଛକ ନିକଟରେ ଛିଡ଼ା ହୋଇ ଓଡ଼ିଶାର ଡିଲରଙ୍କୁ ଅପେକ୍ଷା କରିଥିଲେ। ସେହି ସମୟରେ ଏସ୍ଟିଏଫ୍ ଟିମ୍ ଚଢ଼ାଉ କରି ଉଭୟଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ କୋକେନ୍ ଜବତ କରିଥିଲା। ଉକ୍ତ ଘଟଣାରେ ଏକ ମାମଲା (ନଂ.୯/୨୦୨୨) ରୁଜୁ କରାଯାଇ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ପରେ ଉଭୟଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ଜେରା କରିବା ପରେ ଏସ୍ଟିଏଫ୍ ହଜ୍ରତ୍ଙ୍କ ସମ୍ପର୍କରେ ଜାଣିବାକୁ ପାଇଥିଲା। ଉଭୟଙ୍କଠୁ ହଜ୍ରତ୍ଙ୍କ ଠିକଣା ଆଣି ଉତ୍ତରପ୍ରଦେଶ ପୋଲିସ ସହ ଏସ୍ଟିଏଫ୍ ଯୋଗାଯୋଗରେ ଥିଲା। ବୁଧବାର ଦିନବେଳା ଗାଜିଆବାଦ୍ ସହରର ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଏସ୍ଟିଏଫ୍ ଚଢ଼ାଉ କରି ହଜ୍୍ରତ୍ଙ୍କୁ କାବୁ କରିଥିଲା।
ଭୁବନେଶ୍ୱରରୁ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କୋକେନ୍ ଜବତ ଘଟଣା:ମୁଖ୍ୟ ଅଭିଯୁକ୍ତ ଉତ୍ତରପ୍ରଦେଶରୁ ଗିରଫ
ଆମେରିକା ଗୋଟିଏ ରାତିରେ ଇରାନ୍କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…
ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍କୁ ଧ୍ୱଂସ…
ବିରୋଧୀଙ୍କୁ ଝଟ୍କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ
ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ସଲମାନଙ୍କ ଫଟା ଜୋତାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…
ହାର୍ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍
ଓ୍ବାଶିଂଟନ୍,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
Archives

