ଭୁବନେଶ୍ୱରରେ ଗଡ଼ିବନି ରଥ

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବ। କେନ୍ଦ୍ର ସରକାର ଓ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ରାଜଧାନର ଇସ୍କନ ମନ୍ଦିର ସମେତ ଓୟୁଏଟି, କୋଳଥିଆ ଏବଂ ଜାଗମରା ଆଦି ସ୍ଥାନରେ ଥିବା ପ୍ରମୁଖ ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି।
ଇସ୍କନ ମନ୍ଦିର ପ୍ରଶାସନର ସୂଚନା ମୁତାବକ, ଇସ୍କନର ପ୍ରସାଦ ହଲ୍‌କୁ ଗୁଣ୍ଡିଚା ମନ୍ଦିରର ରୂପ ଦିଆଯିବ। ପହଣ୍ଡି କରି ତିନି ଠାକୁରଙ୍କୁ ସିଂହାସନକୁ ନିଆଯିବ। ଠାକୁର ୯ଦିନ ସେଠାରେ ରହି ବାହୁଡ଼ାରେ ପୁଣିଥରେ ପହଣ୍ଡିରେ ମୁଖ୍ୟ ମନ୍ଦିରକୁ ଫେରିବେ। କୋଳଥିଆ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କୁ ପହଣ୍ଡି କରି ମନ୍ଦିର ପଛପଟେ ଥିବା ହଲ୍‌କୁ ନିଆଯିବ। ଓୟୁଏଟି ଜଗନ୍ନାଥ ମନ୍ଦିରରେ ମଙ୍ଗଳଆଳତି ସହ ଖେଚୁଡ଼ି ଭୋଗ ଲାଗୁହେବା ପରେ ପୂର୍ବାହ୍ନ ୧୧ଟା ୩୦ରେ ପହଣ୍ଡି କରାଯାଇ ଠାକୁରଙ୍କୁ ମନ୍ଦିର ପରିସରରେ ନିର୍ମିତ ଅସ୍ଥାୟୀ ମଣ୍ଡପକୁ ନିଆଯିବ। ଏଥିଲାଗି ୧୦ଜଣ ସେବାୟତ ଏବଂ ଘଣ୍ଟୁଆ ରହିବେ। ପାଚେରୀ ବାହାରେ ଦର୍ଶନ ବ୍ୟବସ୍ଥା ହୋଇଥିବାବେଳେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷାପାଇଁ ମନ୍ଦିର କର୍ତ୍ତୃପକ୍ଷ ଜଗିରହିବେ। କିଟ୍‌ ଶ୍ରୀବାଣୀ କ୍ଷେତ୍ର ଜଗନ୍ନାଥ ମନ୍ଦିରରେ ଭୋର ୩ଟାରୁ ଠାକୁରଙ୍କ ରଥଯାତ୍ରା ନୀତି ଆରମ୍ଭ ହେବ। ମନ୍ଦିର ପରିସରରେ ନିର୍ମିତ ଅସ୍ଥାୟୀ ଜନ୍ମବେଦୀକୁ ଠାକୁରଙ୍କୁ ନିଆଯିବା ସହ ଗୁଣ୍ଡିଚା ମନ୍ଦିର ନୀତିକାନ୍ତି ଅନୁଯାୟୀ ପୂଜାର୍ଚ୍ଚନା ହେବ। ଏପଟେ ଜାଗମରାରେ ଥିବା ଜଗନ୍ନାଥ ମନ୍ଦିର ଭିତରେ ଥିବା ଦେବସ୍ନାନ ମଣ୍ଡପକୁ ଜନ୍ମବେଦୀ କରାଯାଇଥିବା ମନ୍ଦିର କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri